ଶିକ୍ଷକ ପଦବୀ ପୂରଣ ଦାବିରେ ଛାତ୍ରୀଛାତ୍ର,ଅଭିଭାବକଙ୍କ ଧାରଣା

ଚଣ୍ଡିଖୋଲ(ଡିଏନ୍‌ଏ)/ବାଲିଚନ୍ଦ୍ରପୁର(ସ୍ବ.ପ୍ର.),୧୪।୮- ବଡ଼ଚଣା ବ୍ଲକ ଅନ୍ତର୍ଗତ ରଇପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ମଙ୍ଗଳବାର ବିଦ୍ୟାଳୟ ଫାଟକ ସମ୍ମୁଖରେ ତାଲା ପକାଇ ଧାରଣା ଦିଆଯାଇଥିଲା। ଏହି ଧାରଣାରେ ଛାତ୍ରୀଛାତ୍ର, ପରିଚାଳନା କମିଟିର ସଦସ୍ୟ, ପୁରାତନ ଛାତ୍ରୀଛାତ୍ର, ଅଭିଭାବକ ଓ ଅବସରପ୍ରାପ୍ତ ଶିକ୍ଷକମାନେ ସାମିଲ ହୋଇଥିଲେ। ଘଟଣାସ୍ଥଳରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଓ ବାଲିଚନ୍ଦ୍ରପୁର ପୋଲିସ ପହଞ୍ଚତ୍ ଧାରଣାକାରୀଙ୍କୁ ବୁଝାସୁଝା କରିବା ପରେ ସେମାନେ ଧାରଣାରୁ ଉଠିଥିଲେ। ସୂଚନାଥାଉକି ଏହି ହାଇସ୍କୁଲରେ ୩୩୭ଜଣ ଛାତ୍ରୀଛାତ୍ର ପଢୁଥିବାବେଳେ ଏଠାରେ ଦୀର୍ଘଦିନ ହେବ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଛି। ସେହିଭଳି ହିନ୍ଦୀ, ଖେଳ ଶିକ୍ଷକ ଓ କଳାବିଭାଗରେ ୨ଜଣ ଶିକ୍ଷକ ନାହାନ୍ତି। ଇତିମଧ୍ୟରେ ୫ଜଣ ଶିକ୍ଷକ ଅବସର ନେଇସାରିଥିଲା ବେଳେ ଅଦ୍ୟାବଧି ଏଠାରେ ନୂତନ ଶିକ୍ଷକ ନିଯୁକ୍ତି ହୋଇପାରି ନାହିଁ। ଯେଉଁଥିପାଇଁ ପାଠପଢାରେ ଘୋର ଅସୁବିଧା ସୃଷ୍ଟି ହେଉଛି। ଏ ସମ୍ପର୍କରେ ବିଦ୍ୟାଳୟ ତରଫରୁ ବ୍ଲକ ଶିକ୍ଷା ଅଧିକାରୀ ଓ ଯାଜପୁର ଜିଲା ଶିକ୍ଷା ଅଧିକାରୀଙ୍କୁ ବାରମ୍ବାର ଅବଗତ କରାଯାଇଥିଲାବେଳେ କୌଣସି ସୁଫଳ ନ ମିଳିବାରୁ ମଙ୍ଗଳବାର ପୂର୍ବାହ୍ନ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଧାରଣା ଦିଆଯାଇଥିଲା। ଏହି ଅବସରରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଭଜହରି ମହାପାତ୍ରଙ୍କ ଅଧକ୍ଷତାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭାକୁ ଶିକ୍ଷାବିତ କିଶୋରଚନ୍ଦ୍ର ଦାସ ସଞ୍ଚାଳନା କରିଥିବାବେଳେ ଭାଗ୍ୟଧର ସାହୁ ବିଦ୍ୟାଳୟରେ ହେଉଥିବା ସମସ୍ୟା ସମ୍ପର୍କରେ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପରିଚାଳନା କମିଟି ସଭାପତି ରମେଶ ଚନ୍ଦ୍ର ସେନାପତି, ଶିକ୍ଷାବିତ ସୁରମୋହନ ମହାପାତ୍ର, ଦାମୋଦର ନାୟକ, ବ୍ରଜମୋହନ ସାମଲ, ରାମଚନ୍ଦ୍ର ସାମଲ, ଘନଶ୍ୟାମ ବିଶ୍ୱାଳ, ଅଶୋକ ମହାନ୍ତି, ଦିପ୍ତୀକାନ୍ତ ଦାଶ, ତ୍ରିଲୋଚନ ସେନାପତି, ଶ୍ରୀଧର ତରାଇ, ପ୍ରତାପ ଦାଶ ପ୍ରମୁଖ ବହୁ ବ୍ୟକ୍ତି ଯୋଗ ଦେଇ ବିଦ୍ୟାଳୟର ସମସ୍ୟା ଉପରେ ଆଲୋକପାତ କରିଥିଲେ। ଅପରାହ୍ନରେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ବିଜୟ କୁମାର ନାୟକ ଓ ବାଲିଚନ୍ଦ୍ରପୁର ଥାନାଅଧିକାରୀ ସୁକାନ୍ତ କୁମାର ପାତ୍ର ପହଞ୍ଚତ୍ ଜିଲା ଶିକ୍ଷା ଅଧିକାରୀଙ୍କୁ ଫୋନ ଯୋଗେ କଥାବାର୍ତ୍ତା ହୋଇ ତୁରନ୍ତ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଥିଲା। ଯଦି ଏକ ସପ୍ତାହ ମଧ୍ୟରେ ସମସ୍ୟାର ସମାଧାନ ନ ହୁଏ ତେବେ ପୁନର୍ବାର ଆନ୍ଦୋଳନ ଜୋରଦାର ହେବ ବୋଲି ଧାରଣାକାରୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri