ଚଣ୍ଡିଖୋଲ(ଡିଏନ୍ଏ)/ବାଲିଚନ୍ଦ୍ରପୁର(ସ୍ବ.ପ୍ର.),୧୪।୮- ବଡ଼ଚଣା ବ୍ଲକ ଅନ୍ତର୍ଗତ ରଇପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ମଙ୍ଗଳବାର ବିଦ୍ୟାଳୟ ଫାଟକ ସମ୍ମୁଖରେ ତାଲା ପକାଇ ଧାରଣା ଦିଆଯାଇଥିଲା। ଏହି ଧାରଣାରେ ଛାତ୍ରୀଛାତ୍ର, ପରିଚାଳନା କମିଟିର ସଦସ୍ୟ, ପୁରାତନ ଛାତ୍ରୀଛାତ୍ର, ଅଭିଭାବକ ଓ ଅବସରପ୍ରାପ୍ତ ଶିକ୍ଷକମାନେ ସାମିଲ ହୋଇଥିଲେ। ଘଟଣାସ୍ଥଳରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଓ ବାଲିଚନ୍ଦ୍ରପୁର ପୋଲିସ ପହଞ୍ଚତ୍ ଧାରଣାକାରୀଙ୍କୁ ବୁଝାସୁଝା କରିବା ପରେ ସେମାନେ ଧାରଣାରୁ ଉଠିଥିଲେ। ସୂଚନାଥାଉକି ଏହି ହାଇସ୍କୁଲରେ ୩୩୭ଜଣ ଛାତ୍ରୀଛାତ୍ର ପଢୁଥିବାବେଳେ ଏଠାରେ ଦୀର୍ଘଦିନ ହେବ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଛି। ସେହିଭଳି ହିନ୍ଦୀ, ଖେଳ ଶିକ୍ଷକ ଓ କଳାବିଭାଗରେ ୨ଜଣ ଶିକ୍ଷକ ନାହାନ୍ତି। ଇତିମଧ୍ୟରେ ୫ଜଣ ଶିକ୍ଷକ ଅବସର ନେଇସାରିଥିଲା ବେଳେ ଅଦ୍ୟାବଧି ଏଠାରେ ନୂତନ ଶିକ୍ଷକ ନିଯୁକ୍ତି ହୋଇପାରି ନାହିଁ। ଯେଉଁଥିପାଇଁ ପାଠପଢାରେ ଘୋର ଅସୁବିଧା ସୃଷ୍ଟି ହେଉଛି। ଏ ସମ୍ପର୍କରେ ବିଦ୍ୟାଳୟ ତରଫରୁ ବ୍ଲକ ଶିକ୍ଷା ଅଧିକାରୀ ଓ ଯାଜପୁର ଜିଲା ଶିକ୍ଷା ଅଧିକାରୀଙ୍କୁ ବାରମ୍ବାର ଅବଗତ କରାଯାଇଥିଲାବେଳେ କୌଣସି ସୁଫଳ ନ ମିଳିବାରୁ ମଙ୍ଗଳବାର ପୂର୍ବାହ୍ନ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଧାରଣା ଦିଆଯାଇଥିଲା। ଏହି ଅବସରରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଭଜହରି ମହାପାତ୍ରଙ୍କ ଅଧକ୍ଷତାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭାକୁ ଶିକ୍ଷାବିତ କିଶୋରଚନ୍ଦ୍ର ଦାସ ସଞ୍ଚାଳନା କରିଥିବାବେଳେ ଭାଗ୍ୟଧର ସାହୁ ବିଦ୍ୟାଳୟରେ ହେଉଥିବା ସମସ୍ୟା ସମ୍ପର୍କରେ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପରିଚାଳନା କମିଟି ସଭାପତି ରମେଶ ଚନ୍ଦ୍ର ସେନାପତି, ଶିକ୍ଷାବିତ ସୁରମୋହନ ମହାପାତ୍ର, ଦାମୋଦର ନାୟକ, ବ୍ରଜମୋହନ ସାମଲ, ରାମଚନ୍ଦ୍ର ସାମଲ, ଘନଶ୍ୟାମ ବିଶ୍ୱାଳ, ଅଶୋକ ମହାନ୍ତି, ଦିପ୍ତୀକାନ୍ତ ଦାଶ, ତ୍ରିଲୋଚନ ସେନାପତି, ଶ୍ରୀଧର ତରାଇ, ପ୍ରତାପ ଦାଶ ପ୍ରମୁଖ ବହୁ ବ୍ୟକ୍ତି ଯୋଗ ଦେଇ ବିଦ୍ୟାଳୟର ସମସ୍ୟା ଉପରେ ଆଲୋକପାତ କରିଥିଲେ। ଅପରାହ୍ନରେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ବିଜୟ କୁମାର ନାୟକ ଓ ବାଲିଚନ୍ଦ୍ରପୁର ଥାନାଅଧିକାରୀ ସୁକାନ୍ତ କୁମାର ପାତ୍ର ପହଞ୍ଚତ୍ ଜିଲା ଶିକ୍ଷା ଅଧିକାରୀଙ୍କୁ ଫୋନ ଯୋଗେ କଥାବାର୍ତ୍ତା ହୋଇ ତୁରନ୍ତ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଥିଲା। ଯଦି ଏକ ସପ୍ତାହ ମଧ୍ୟରେ ସମସ୍ୟାର ସମାଧାନ ନ ହୁଏ ତେବେ ପୁନର୍ବାର ଆନ୍ଦୋଳନ ଜୋରଦାର ହେବ ବୋଲି ଧାରଣାକାରୀ ଚେତାବନୀ ଦେଇଛନ୍ତି।
Posted inଆମ ଜିଲା ଖବର, ଯାଜପୁର View All
ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ
ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...
ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍ ଚାଳକ ଗିରଫ
କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...
୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ
ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...
ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…
ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...
ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି
ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...
ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ
ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍ଏସି...
ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?
ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...
ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି
ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...
Archives


