ଶିକ୍ଷକ ପଦବୀ ପୂରଣ ଦାବିରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ

ଦାରିଙ୍ଗବାଡ଼ି,୫।୨(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ହାତୀମୁଣ୍ଡାର ତାମାଙ୍ଗି ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ ସହ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ବୁଧବାର ଛାତ୍ରୀଛାତ୍ରଙ୍କ ସମେତ ଅଭିଭାବକମାନେ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଛନ୍ତି। ମହାତ୍ମାଗାନ୍ଧୀ ଏବଂ ଡ.ଆମ୍ବେଦକରଙ୍କ ଫଟୋ ରଖି ଏହି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଦାବିଗୁଡ଼ିକ ମଧ୍ୟରେ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ ସହ ହାଇସ୍କୁଲ ପାଇଁ ଶ୍ରେଣୀ କୋଠା ନିର୍ମାଣ, ପାଚେରି, ଖେଳପଡ଼ିଆ ନିର୍ମାଣ ଆଦି ଅନ୍ତର୍ଭୁକ୍ତ। ପୂର୍ବରୁ ବିଦ୍ୟାଳୟ ପରିଚାଳନା କମିଟି ଏବଂ ଅଭିଭାବକ କମିଟି ମଧ୍ୟରେ ବାରମ୍ବାର ଆଲୋଚନା କରାଯାଇ ସ୍ଥାନୀୟ ପ୍ରଶାସନ ଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ଅଭିଯୋଗ କରାଯାଇଛି। ଜିଲା ପ୍ରଶାସନ କୌଣସି ପଦକ୍ଷେପ ନ ନେବାରୁ ବୁଧବାର ବର୍ଷାକୁ ଖାତିର ନ କରି ଛାତ୍ରୀଛାତ୍ର ଆନ୍ଦୋଳନରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri