ଚଣ୍ଡିଖୋଲ(ଡିଏନ୍ଏ)/ବାଲିଚନ୍ଦ୍ରପୁର(ସ୍ବ.ପ୍ର.),୧୪।୮- ବଡ଼ଚଣା ବ୍ଲକ ଅନ୍ତର୍ଗତ ରଇପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ମଙ୍ଗଳବାର ବିଦ୍ୟାଳୟ ଫାଟକ ସମ୍ମୁଖରେ ତାଲା ପକାଇ ଧାରଣା ଦିଆଯାଇଥିଲା। ଏହି ଧାରଣାରେ ଛାତ୍ରୀଛାତ୍ର, ପରିଚାଳନା କମିଟିର ସଦସ୍ୟ, ପୁରାତନ ଛାତ୍ରୀଛାତ୍ର, ଅଭିଭାବକ ଓ ଅବସରପ୍ରାପ୍ତ ଶିକ୍ଷକମାନେ ସାମିଲ ହୋଇଥିଲେ। ଘଟଣାସ୍ଥଳରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଓ ବାଲିଚନ୍ଦ୍ରପୁର ପୋଲିସ ପହଞ୍ଚତ୍ ଧାରଣାକାରୀଙ୍କୁ ବୁଝାସୁଝା କରିବା ପରେ ସେମାନେ ଧାରଣାରୁ ଉଠିଥିଲେ। ସୂଚନାଥାଉକି ଏହି ହାଇସ୍କୁଲରେ ୩୩୭ଜଣ ଛାତ୍ରୀଛାତ୍ର ପଢୁଥିବାବେଳେ ଏଠାରେ ଦୀର୍ଘଦିନ ହେବ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଛି। ସେହିଭଳି ହିନ୍ଦୀ, ଖେଳ ଶିକ୍ଷକ ଓ କଳାବିଭାଗରେ ୨ଜଣ ଶିକ୍ଷକ ନାହାନ୍ତି। ଇତିମଧ୍ୟରେ ୫ଜଣ ଶିକ୍ଷକ ଅବସର ନେଇସାରିଥିଲା ବେଳେ ଅଦ୍ୟାବଧି ଏଠାରେ ନୂତନ ଶିକ୍ଷକ ନିଯୁକ୍ତି ହୋଇପାରି ନାହିଁ। ଯେଉଁଥିପାଇଁ ପାଠପଢାରେ ଘୋର ଅସୁବିଧା ସୃଷ୍ଟି ହେଉଛି। ଏ ସମ୍ପର୍କରେ ବିଦ୍ୟାଳୟ ତରଫରୁ ବ୍ଲକ ଶିକ୍ଷା ଅଧିକାରୀ ଓ ଯାଜପୁର ଜିଲା ଶିକ୍ଷା ଅଧିକାରୀଙ୍କୁ ବାରମ୍ବାର ଅବଗତ କରାଯାଇଥିଲାବେଳେ କୌଣସି ସୁଫଳ ନ ମିଳିବାରୁ ମଙ୍ଗଳବାର ପୂର୍ବାହ୍ନ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଧାରଣା ଦିଆଯାଇଥିଲା। ଏହି ଅବସରରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଭଜହରି ମହାପାତ୍ରଙ୍କ ଅଧକ୍ଷତାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭାକୁ ଶିକ୍ଷାବିତ କିଶୋରଚନ୍ଦ୍ର ଦାସ ସଞ୍ଚାଳନା କରିଥିବାବେଳେ ଭାଗ୍ୟଧର ସାହୁ ବିଦ୍ୟାଳୟରେ ହେଉଥିବା ସମସ୍ୟା ସମ୍ପର୍କରେ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପରିଚାଳନା କମିଟି ସଭାପତି ରମେଶ ଚନ୍ଦ୍ର ସେନାପତି, ଶିକ୍ଷାବିତ ସୁରମୋହନ ମହାପାତ୍ର, ଦାମୋଦର ନାୟକ, ବ୍ରଜମୋହନ ସାମଲ, ରାମଚନ୍ଦ୍ର ସାମଲ, ଘନଶ୍ୟାମ ବିଶ୍ୱାଳ, ଅଶୋକ ମହାନ୍ତି, ଦିପ୍ତୀକାନ୍ତ ଦାଶ, ତ୍ରିଲୋଚନ ସେନାପତି, ଶ୍ରୀଧର ତରାଇ, ପ୍ରତାପ ଦାଶ ପ୍ରମୁଖ ବହୁ ବ୍ୟକ୍ତି ଯୋଗ ଦେଇ ବିଦ୍ୟାଳୟର ସମସ୍ୟା ଉପରେ ଆଲୋକପାତ କରିଥିଲେ। ଅପରାହ୍ନରେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ବିଜୟ କୁମାର ନାୟକ ଓ ବାଲିଚନ୍ଦ୍ରପୁର ଥାନାଅଧିକାରୀ ସୁକାନ୍ତ କୁମାର ପାତ୍ର ପହଞ୍ଚତ୍ ଜିଲା ଶିକ୍ଷା ଅଧିକାରୀଙ୍କୁ ଫୋନ ଯୋଗେ କଥାବାର୍ତ୍ତା ହୋଇ ତୁରନ୍ତ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଥିଲା। ଯଦି ଏକ ସପ୍ତାହ ମଧ୍ୟରେ ସମସ୍ୟାର ସମାଧାନ ନ ହୁଏ ତେବେ ପୁନର୍ବାର ଆନ୍ଦୋଳନ ଜୋରଦାର ହେବ ବୋଲି ଧାରଣାକାରୀ ଚେତାବନୀ ଦେଇଛନ୍ତି।
Posted inଆମ ଜିଲା ଖବର, ଯାଜପୁର View All
ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…
ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…
ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ
ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…
ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…
ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…
ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ
ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…
ମହଜୁଦ୍ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ
ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…
ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ
ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…
ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ
ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…
‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’
ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ…
Archives

