ଶିକ୍ଷକ ଯୋଗାଇବା ଦାବିରେ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ପଟ୍ଟାମୁଣ୍ଡାଇ,୯।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅଧୀନ ୧୫ ନଂ. ଓ୍ବାର୍ଡର ଅଳଭା ୟୁଜିୟୁପି ସ୍କୁଲର ପରିଚାଳନା କମିଟିର ସଭାପତି ଅଭୟ ପାତ୍ରଙ୍କ ସମେତ ସଦସ୍ୟ ଓ ଅଭିଭାବକମାନେ ଶିକ୍ଷକ ଯୋଗାଇବା ଦାବିରେ ସୋମବାର ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣ ଧାରଣା ଦେଇଛନ୍ତି। ସ୍କୁଲରେ ୧ମରୁ ୮ମ ପର୍ଯ୍ୟନ୍ତ ୨୦୫ ଜଣ ପିଲା ଅଧ୍ୟୟନ କରୁଥିବା ବେଳେ ମାତ୍ର ୩ ଜଣ ଶିକ୍ଷୟିତ୍ରୀ/ଶିକ୍ଷକ ଅଛନ୍ତି। ସେଥିରେ ୨ ଜଣ ଶିକ୍ଷୟିତ୍ରୀ ଜଣେ ଶିକ୍ଷକ। ୮ଟି ଶ୍ରେଣୀ ପାଇଁ ୩ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ପାଠ ପଢ଼ାଇବା ତ ଦୂରର କଥା ପିଲାଙ୍କୁ ଜଗିବା ମଧ୍ୟ ଅସମ୍ଭବ। ଏପରି ସମସ୍ୟା ଦୀଘବର୍ଷ ଧରି ଲାଗି ରହିଥିବା ବେଳେ ଶିକ୍ଷାଦାନ ସମ୍ପୂର୍ଣ୍ଣ ବ୍ୟାହତ ହୋଇଛି । ଆଉ ୩ ଜଣ ଶିକ୍ଷକ ଯୋଗାଇ ଦେବା ପାଇଁ ପରିଚାଳନା କମିଟିର ଓ ଅଭିଭାବକ ଯୋଗାଇ ଦେବାକୁ ଦାବି କରିଛନ୍ତି। ଏକ ମାସ ମଧ୍ୟରେ ଜଣେ ଶିକ୍ଷକ ଯୋଗାଇ ଦେବାକୁ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ ଭ୍ରମରବର ବିଶ୍ୱାଳ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri