ଶିକ୍ଷକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଦାନ

ବାହାନଗା, ୩୦ା୪(ଡି.ଏନ.ଏ.)-ବାହାନଗା ବ୍ଲକର ସମସ୍ତ ଶିକ୍ଷକ ସଂଘ ପକ୍ଷରୁ କୋଭିଡି-୧୯ର ସଫଳ ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଅର୍ଥ ଦାନ କରିଛନ୍ତି । ବ୍ଲକର ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଶିକ୍ଷାସହାୟକ ସଂଘର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକମାନେ କିଛି କିଛି ଅର୍ଥ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ୨ଲକ୍ଷ ୩୦ ହଜାର ଟଙ୍କାର ଡିମାଣ୍ଡ ଡ୍ରାଫ୍‌ ପ୍ରଦାନ କରିଛନ୍ତି। ସଂଘର ସଦସ୍ୟ ଓ କର୍ମକର୍ତ୍ତାମାନେ ବାହାନଗା ବ୍ଲକ ପରିସରରେ ସଦର ଉପଜିଲାପାଳ ନୀଲୁ ମହାପାତ୍ରଙ୍କୁ ବାହାନଗା ବିଡିଓ ରଘୁନାଥ ପାଣିଗ୍ରାହୀଙ୍କ ମାଧ୍ୟମରେ ଗୋଷ୍ଠୀ ଶିକ୍ଷାଧିକାରିଣୀ ଶୁଭଲକ୍ଷ୍ମୀ ନାୟକ ଓ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଉପସ୍ଥିତିରେ ଡିମାଣ୍ଡ ଡ୍ରାଫ୍ଟ ପ୍ରଦାନ କରାଯାଇଥିଲା। ତାହା ପ୍ରଦାନ କରିବା ସମୟରେ ସଂଘର ଜଳଧର ମହାଳିକ, ଇନ୍ଦ୍ରଜିତ ସାହୁ, ଶଶୀକାନ୍ତ ମହାପାତ୍ର, ବଳଭଦ୍ର ମିଶ୍ର, ଦେବବ୍ରତ ଦାସ, ଏମ୍‌ଡି ତସଲିମ୍‌ ଆରିଫ୍‌, ପ୍ରତାପ କୁମାର ଦାସ, ମୁକ୍ତିକାନ୍ତ ଶିଅଳ, ମାନସ କୁମାର ଦାସ, ରବୀନ୍ଦ୍ର କୁମାର ମଲ୍ଲିକ୍‌, ଅଲେଖ ମହାଳିକ, ଚନ୍ଦ୍ରଶେଖର ଦାସ, ଅରୁଣ କୁମାର ମହାନ୍ତି, ସୁଦର୍ଶନ ପାଣିଗ୍ରାହୀ, ମନୋଜ କୁମାର ସାମଲ, ବିବେକାନନ୍ଦ ସାହୁ, ପ୍ରଦୀପ କୁମାର ବିଶ୍ୱାଳ ପ୍ରମୁଖ ଶିକ୍ଷକ ନେତା ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ସମ୍ବଲପୁର DRUCC ସଦସ୍ୟ ଭାବେ ମନୋନୀତ ହେଲେ ରମଣୀ ରଞ୍ଜନ ବେହେରା

ବରଗଡ଼, ୨୩।୯ (ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ରେଳପଥ ମଣ୍ଡଳ (ଡିଭିଜନ୍)ର ‘ଡିଭିଜନାଲ୍ ରେଲୱେ ୟୁଜର୍ସ କନସଲଟେଟିଭ୍ କମିଟି’ (DRUCC) ର ନୂତନ ସଦସ୍ୟ ଭାବେ ବରଗଡ଼ର ଜଣାଶୁଣା…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?