ଶିକ୍ଷକ ସମସ୍ୟା ନେଇ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ : ନିର୍ଭର ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ

ଜମନକିରା,୬।୧୧(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ ବଡ଼ରମା ପଞ୍ଚାୟତ ଷଣ୍ଢପଥର ସରକାରୀ (ଏସ୍‌ଏସ୍‌ଡି) ହାଇସ୍କୁଲର ଶିକ୍ଷକ ସମସ୍ୟା ନେଇ ବୁଧବାର ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁଯାୟୀ ଅଭିଭାବକମାନେ ସ୍କୁଲ ସମ୍ମୁଖରେ ଧାରଣା ଦେଇଛନ୍ତି। ତେବେ ବିଭାଗ ଅଧିକାରୀଙ୍କ ନିର୍ଭର ପ୍ରତିଶ୍ରୁତି ପରେ ସାମୟିକ ଭାବେ ଆନ୍ଦୋଳନକୁ ୧୫ ଦିନ ପାଇଁ ଘୁଞ୍ଚାଇ ଦିଆଯାଇ ଧାରଣା ଓ ସ୍କୁଲରେ ତାଲା ପକାଇବା ନିଷ୍ପତ୍ତି ପ୍ରତ୍ୟାହୃତ କରାଯାଇଛି। ଘଟଣାସ୍ଥଳକୁ ଗୋଷ୍ଠୀ ମଙ୍ଗଳ ସଂପ୍ରସାରଣ ଅଧିକାରୀ ମୃତ୍ୟୁଞ୍ଜୟ ପଣ୍ଡା, ପ୍ରଧାନ ଶିକ୍ଷକ ସନତ କୁମାର ବେହେରା, ଆଇଆଇସି ବାଳକୃଷ୍ଣ କହଁର ପ୍ରମୁଖ ପହଞ୍ଚି ଲିଖିତ ପ୍ରତିଶ୍ରୁତି ଦେବା ସହ ବୁଧବାର ଜଣେ ବିଜ୍ଞାନ ଶିକ୍ଷକ ନିଯୁକ୍ତି ନେଇ ଜଣେଇଥିଲେ। ଆସନ୍ତା ୧୫ ଦିନ ମଧ୍ୟରେ ଏଠାରୁ ଡେପୁଟେଶନରେ ଯାଇଥିବା ଶିକ୍ଷକଙ୍କୁ ଫେରାଇ ଆଣିବା ଓ ଅନ୍ୟଜଣେ ନୂତନ ଶିକ୍ଷକଙ୍କ ଯୋଗଦାନ ନେଇ ଜିଲା ଶିକ୍ଷା ଅଧିକାରୀଙ୍କ ସହ ଧାରଣାରତ ଅଭିଭାବକ ଆଲୋଚନା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ପୂର୍ବାହ୍ନ ସାଢ଼େ ୧୦ଟାରୁ ଅପରାହ୍ନ ସାଢ଼େ ୩ଟା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁ ରହିଥିଲା।
ସୂଚନାଯୋଗ୍ୟ, ଶିକ୍ଷକ ନିଯୁକ୍ତି ସମସ୍ୟା ଲାଗି ଅଭିଭାବକ ତଥା ଗ୍ରାମବାସୀ ବହୁବାର ଅଭିଯୋଗ କରି ଆସୁଥିଲେ ସୁଦ୍ଧା ସମସ୍ୟା ସମାଧାନ କରାଯାଇ ପାରି ନ ଥିଲା। ଏନେଇ ଗତ ଅକ୍ଟୋବର ୨୮ ତାରିଖ ଦିନ ସ୍କୁଲ ପରିଚାଳନା କମିଟି ବୈଠକରେ ଶିକ୍ଷକ ସମସ୍ୟା ସମାଧାନ ନେଇ ଗୁରୁତ୍ୱାରୋପ କରାଯାଇଥିଲା। ଏକ ମାସ ମଧ୍ୟରେ ଶିକ୍ଷକ ପୂରଣ କରା ନ ଗଲେ ଆନ୍ଦୋଳନ କରାଯିବା ନେଇ ବିଭାଗକୁ ଲିଖିତ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri