ଶିକ୍ଷକଙ୍କ ଉପରେ ମରଣାନ୍ତକ ଆକ୍ରମଣକୁ ବରଦାସ୍ତ କରାଯିବ ନାହିଁ: ମିଳିତମଞ୍ଚ

ଭୁବନେଶ୍ୱର, ୧୧।୬(ବ୍ୟୁରୋ): କ୍ୱାରାଣ୍ଟାଇନ୍‌ କେନ୍ଦ୍ର ଦାୟିତ୍ୱରେ ଥିବା ଶିକ୍ଷକଙ୍କ ପ୍ରତି ହୋଇଥିବା ମରଣାନ୍ତକ ଆକ୍ରମଣକୁ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ ପ୍ରତିବାଦ କରିଛି। ବୁଧବାର ଏକ ଖବରଦାତା ସମ୍ମିଳନୀରେ ମିଳିତ ମଞ୍ଚର ଆବାହକ ଗୋଲକ ନାୟକ, ପବିତ୍ର ମହଲା ଓ ପ୍ରକାଶ ଚନ୍ଦ୍ର ମହାନ୍ତି ଆକ୍ରମଣ ଘଟଣା ଉପରେ ଉଦ୍‌ବେଗ ପ୍ରକାଶ କରି କହିଛନ୍ତି, ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ର ଲାଠୋର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଏହି ଘଟଣା ଘଟିଛି। ସ୍ଥାନୀୟ ସରପଞ୍ଚ ପ୍ରବୀଣ କୁମାର ଅଗ୍ରଓ୍ବାଲ କ୍ୱାରାଣ୍ଟାଇନ୍‌ ସେଣ୍ଟର ଦାୟିତ୍ୱରେ ଥିବା ଶିକ୍ଷକ ନାରାୟଣ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଶିକ୍ଷକମାନେ ନିଷ୍ଠା ତଥା ନିଃସ୍ବାର୍ଥପର ଭାବେ ରାଜ୍ୟ ସରକାରଙ୍କୁ କୋଭିଡ୍‌-୧୯ର ମୁକାବିଲା କରିବାରେ ସହଯୋଗ କରୁଛନ୍ତି। ହେଲେ ଗ୍ରାମ ପଞ୍ଚାୟତ ସ୍ତରରେ ଥିବା ରାଜନେତାମାନେ ଶିକ୍ଷକଙ୍କୁ ଦୁର୍ବ୍ୟବହାର କରିବା ସହ ବିଭିନ୍ନ ସ୍ଥାନରେ ମରଣାନ୍ତକ ଆକ୍ରମଣ କରିଥିବା ନଜରକୁ ଆସୁଛି। ତେଣୁ ଏନେଇ ରାଜ୍ୟ ସରକାର କୌଣସି ଦୃଢ଼ ପଦକ୍ଷେପ ନ ନେଲେ ମିଳିତମଞ୍ଚ ପକ୍ଷରୁ ଏନେଇ ଦୃଢ଼ ବିରୋଧ କରାଯିବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କରି ଭକ୍ତ ବିଭୋର

ଜି.ଉଦୟଗିରି,୨୫।୭(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠି): ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ତିନି ରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହଙ୍କ ସୁନା ବେଶ…

କାଣ୍ଡେଲରେ ବାହୁଡା ଯାତ୍ରା, ଦ୍ୱିତୀୟ ଦିନରେ ରଥ ଟାଣିଲେ ଶ୍ରଦ୍ଧାଳୁ

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମ ଆୟୁର୍ବେଦିକ ସେବା ସଦନ ନିକଟରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ ଶନିବାର ବାହୁଡା ଯାତ୍ରାର ଦ୍ୱିତୀୟ…

ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି…

ସୁନାବେଶରେ ଝଲସିଲେ ମହାପ୍ରଭୁ, ଭାବବିହ୍ବଳ ହେଲେ ଭକ୍ତ

ଛତ୍ରପୁର, ୨୫ା୭ (ଦିଲ୍ଲୀପ ସାମଲ): ପବିତ୍ର ସୁନାବେଶର ଦିବ୍ୟ ରୂପରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତି ଝଲସିଛନ୍ତି। ଛତ୍ରପୁର ତାଡେପଲ୍ଲୀ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ରଥ ଉପରେ…

ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍‌

ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ…

ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା…

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri