ଶିକ୍ଷକଙ୍କ କାଠଫାଳିଆ ମାଡ଼ରେ ଛାତ୍ର ଗୁରୁତର: ବହି ହଜିଯିବାରୁ ପିଟିଲେ

ଦିଗପହଣ୍ଡି,୨୬ା୧(ଡି.ଏନ.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କ କାଠଫାଳିଆ ମାଡ଼ରେ ଜଣେ ୭ମ ଶ୍ରେଣୀ ଛାତ୍ର ଟି. ସୁଜିତ କୁମାର ପାତ୍ର ଗୁରୁତର ହୋଇଛନ୍ତି। ଶନିବାର ଛାତ୍ରଙ୍କ ବାପା ଟି. କପିଳାସ ପାତ୍ର, ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଦୀନବନ୍ଧୁ ଦୈତାରି ରେଡ୍ଡୀ, ମୂଷା ବେହେରା, ସୁଶାନ୍ତ ଲେଙ୍କାଙ୍କ ସମେତ ବହୁ ଅଭିଭାବକ ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀ ବସନ୍ତ କୁମାର ସେଠୀଙ୍କୁ ଭେଟି ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଆହତ ଛାତ୍ରଙ୍କ ଚିକିତ୍ସା ଚାଲିଛି। ଘଟଣା ଚପାଇଦେବାକୁ ଉଦ୍ୟମ କରାଯାଇଥିଲେ ମଧ୍ୟ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ଛାତ୍ରଙ୍କ ବାପା ଟି. କପିଳାସ ପାତ୍ର ଦିଗପହଣ୍ଡି ଥାନାରେ ଏତଲା ଦେଇଥିବା କହିଛନ୍ତି।
ପ୍ରକାଶ ଯେ, ଗତ ବୁଧବାର ଛାତ୍ରଙ୍କ ଉତ୍‌ଥାନ ବହି ହଜିଯାଇଥିଲା। ସେ ଶିକ୍ଷକଙ୍କୁ ଜଣାଇଥିଲେ। ଶିକ୍ଷକ ତଦନ୍ତ ନ କରି ଛାତ୍ରଙ୍କୁ କାଠ ଫାଳିଆରେ ନିସ୍ତୁକ୍‌ ପିଟିଥିଲେ। ଘଟଣା ସମ୍ପର୍କରେ ଘରେ ଜଣାଇଲେ ପିଟି ମାରିଦେବି ନଚେତ୍‌ ବିଦ୍ୟାଳୟରୁ ଟି.ସି. ଦେଇ ଘଉଡାଇ ଦେବି ବୋଲି ଶିକ୍ଷକ ଜଣକ ଛାତ୍ରଙ୍କୁ ଚେତାବନୀ ଦେଇଥିବା ବାପା ଏତଲାରେ ଦର୍ଶାଇଛନ୍ତି। ଭୀଷଣ ଜ୍ୱର ସହ ପୀଡା ହେବାରୁ ସେ ମା’ଙ୍କୁ ସବୁକଥା କହିଥିଲେ। ଗୁରୁବାର ବିଦ୍ୟାଳୟ ଛୁଟି ଥିବାରୁ ଶୁକ୍ରବାର ଛାତ୍ରଙ୍କ ବାପା କେତେଜଣ ଅଭିଭାବକଙ୍କ ସହ ବିଦ୍ୟାଳୟକୁ ଯାଇ ପ୍ରଧାନଶିକ୍ଷକ ଅଶୋକ କୁମାର ସ୍ବାଇଁଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ। ପରେ ସମ୍ପୃକ୍ତ ଶିକ୍ଷକଙ୍କୁ ପଚାରିବାରୁ ସେ ଏ ନେଇ ସନ୍ତୋଷଜନକ ଉତ୍ତର ଦେଇ ନ ଥିଲେ। ଫଳରେ ଛାତ୍ରଙ୍କ ବାପା ଶିକ୍ଷକଙ୍କ ବିରୋଧରେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିବା ଜଣାଇଛନ୍ତି। ଏ ନେଇ ପ୍ରଧାନଶିକ୍ଷକଙ୍କୁ ପଚାରିବାରୁ, ସମ୍ପୃକ୍ତ ଛାତ୍ରଙ୍କ ଘରକୁ ଯାଇ ପରିବାର ଲୋକଙ୍କ ସହ ଆଲୋଚନା ପରେ ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡାଙ୍କୁ ଜଣାଇଛି। ତାଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ବାଳା ମାଝୀ ଏବଂ ରସାନନ୍ଦ ଘଡେଇ ଛାତ୍ରଙ୍କ ଘରକୁ ଯାଇ ରିପୋର୍ଟ ସଂଗ୍ରହ କରିଛନ୍ତି। ଏନେଇ ସମ୍ପୃକ୍ତ ଶିକ୍ଷକଙ୍କୁ ପଚାରିବାରୁ ସେ ସମସ୍ତ ଅଭିଯୋଗ ମିଥ୍ୟା ଓ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଛନ୍ତି। ଏ ନେଇ ବ୍ଲକ ଶିକ୍ଷାଧିକାରୀ ପଣ୍ଡା କହିଛନ୍ତି, ଭାରପ୍ରାପ୍ତ ଗଞ୍ଜାମ ଜିଲା ଶିକ୍ଷାଧିକାରୀ ବିନିତା ସେନାପତିଙ୍କୁ ଘଟଣା ସମ୍ପର୍କରେ ଅବଗତ କରାଇଛି। ତଦନ୍ତ ରିପୋର୍ଟ ମିଳିବା ପରେ ଅଭିଯୋଗର ସତ୍ୟତା ଥିଲେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri