ଶିକ୍ଷକଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଲୁଟ୍‌

ବଲାଙ୍ଗୀର ଅଫିସ, ୧୭ା୫: ଅଭିନବ ଉପାୟରେ ଜଣେ ଶିକ୍ଷକଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଟଙ୍କା ଲୁଟ୍‌ କରାଯାଇଥିତ୍ତ୍ବା ଅଭିଯୋଗ ହୋଇଛି ା ଶିକ୍ଷକ ଜଣକ ଏ ନେଇ ବଲାଙ୍ଗୀର ଟାଉନ୍‌ ଥାନାରେ ଅଭିଯୋଗ କରିଛନ୍ତି ା ବଲାଙ୍ଗୀର ଜିଲା ତୁଷରା ଥାନା ଅନ୍ତର୍ଗତ ଭୁତିଆରବାହାଲ ଗ୍ରାମର ମହୌଷଧି ପୁଟେଲ ସରସ୍ବତୀ ଶିଶୁ ମନ୍ଦିରରେ ଶିକ୍ଷକ ଭାବେ କାର୍ଯ୍ୟ କରୁଛନ୍ତି ା ବଲାଙ୍ଗୀର ଏସପି ଅଫିସ ସମ୍ମୁଖରେ ଥିତ୍ବା ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ମୁଖ୍ୟ ଶାଖାରେ ତାଙ୍କର ବ୍ୟାଙ୍କ ଆକାଉଣ୍ଟ ରହିଛି ା ଏହି ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଟଙ୍କା ଅନ୍ୟ ଜଣେ ବ୍ୟକ୍ତିଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର ହୋଇଥିତ୍ବା ଗତ ମେ ୪ ତାରିଖ ଦିନ ଜାଣିବାକୁ ପାଇଥିଲେ ା ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରଥମେ ୧୭ ହଜାର ଓ ପରେ ୨୦ ହଜାର ସମୁଦାୟ ୩୭ ହଜାର ଟଙ୍କା ଟ୍ରାନ୍ସଫର ହୋଇଥିତ୍ବା ନେଇ ତାଙ୍କ ମୋବାଇଲ ଫୋନ୍‌କୁ ମ୍ୟାସେଜ୍‌ ଆସିଥିଲା ା ଏଭଳି ମ୍ୟାସେଜ ଆସିବା ପରେ ମହୌଷଧି ଚିନ୍ତିତ ହୋଇପଡି ଦେଓଗଁା ଏଟିଏମ୍‌କୁ ଯାଇ ତାଙ୍କର ବାଲାନ୍ସ ଚେକ୍‌ କରିଥିଲେ ା ତେବେ ବ୍ୟାଲେନ୍ସ ଚେକ୍‌ କଲାପରେ ତାଙ୍କ ଆକାଉଣ୍ଟରୁ ୩୭ ହଜାର ଟଙ୍କା ଟ୍ରାନ୍ସଫର ହୋଇଥିତ୍ବା ଜାଣିବାକୁ ପାଇଥିଲେ ା ଏହାପରେ ବଲାଙ୍ଗୀର ଏସବିଆଇ ମୁଖ୍ୟ ଶାଖାକୁ ଆସି ଏ ନେଇ ଜଣାଇଥିଲେ ା ଏହାପରେ ୭ ତାରିଖ ଦିନ ବଲାଙ୍ଗୀର ଟାଉନ୍‌ ଥାନାରେ ଲିଖିତ ଅଭିଯୋଗ କରିଥିଲେ ା ତାଙ୍କ ବ୍ୟାଙ୍କ ପାଶ୍‌ବୁକ୍‌ ଅଫ୍‌ଡେଟ୍‌ କରାଯିବା ପରେ ଗତ ୪ ତାରିଖ ଅପରାହ୍ଣ ସାଢ଼େ ୩ଟାରେ ସାମିରେଡ୍ଡି କ୍ରିଷ୍ଣା ନାମକ ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ୩୭ ହଜାର ଟଙ୍କା ଟ୍ରାନ୍ସଫର ହୋଇଥିତ୍ବା ଜଣାପଡିଥିଲା ା ସାମିକ୍ରିଷ୍ଣାଙ୍କ ଯେଉଁ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ହୋଇଛି ତାହା ଝାରଖଣ୍ଡର ଡୁମ୍‌କା ବ୍ରାଞ୍ଚ ବୋଲି ଉଲ୍ଳେଖ ରହିଛି ା ଗତ ୭ ତାରିଖରୁ ଅଭିଯୋଗ କରିଥିଲେ ମଧ୍ୟ ଏନେଇ କୌଣସି ପଦକ୍ଷେପ ନିଆଯିବାରୁ ଅଭିଯୋଗକାରୀ ଶୁକ୍ରବାର ଏସପି ଅଫିସକୁ ଆସି ପୁଣି ଥରେ ଅଭିଯୋଗ କରିଥିଲେ। ଏଦିଗରେ ତଦନ୍ତକୁ ତ୍ୱରାନ୍ବିତ କରି କିଭଳି ୩୭ ହଜାର ଟଙ୍କା ଫେରିପାଇବେ ସେନେଇ କାର୍ଯ୍ୟାନୂଷ୍ଠାନ ଗ୍ରହଣ କରିବାକୁ ନିବେଦନ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri