ବାରିପଦା ଅଫିସ,୨୪ା୧- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ଏକ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମସାଜ କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି। ଭିଡିଓଟି କେବେକାର ଜଣାପଡି ନାହିଁ। ତେବେ ବିଦ୍ୟାଳୟ ଛାତ୍ରାବାସରେ ଶିକ୍ଷକ ଜଣକ ଏକ ଦଉଡି ଖଟିଆରେ ଶୋଇଥିବା ବେଳେ ୩ ଜଣ ଛାତ୍ର ତାଙ୍କ ମୁଣ୍ଡ, ହାତ ଓ ଗୋଡ଼ ମସାଜ କରୁଥିବା ଏଥିରେ ଦେଖିବାକୁ ମିଳିଛି। ଘଟଣା ପ୍ରଘଟ ହେବାପରେ ବିଭାଗୀୟ ଅଧିକାରୀ ତଦନ୍ତ ଆରମ୍ଭ କରିଛନ୍ତି। ଏନେଇ ଶିକ୍ଷା ବିଭାଗ କର୍ତ୍ତୃପକ୍ଷଙ୍କ କୌଣସି ମତାମତ ମିଳିପାରି ନାହିଁ । ଅନ୍ୟପକ୍ଷେ ଉକ୍ତ ବିଦ୍ୟାଳୟର ଜଣେ ଶିକ୍ଷକ ନିଜ ନାମ ଗୋପନ ରଖି କହିଛନ୍ତି ଯେ, ବିଦ୍ୟାଳୟ ଓ ହଷ୍ଟେଲର ମଧ୍ୟାହ୍ନଭୋଜନ ଦାୟିତ୍ୱରେ ଜଣେ ଶିକ୍ଷକ ଥିଲେ। ସେ ଅନିୟମିତତା କରିବାରୁ ତାଙ୍କୁ ଏହି ଦାୟିତ୍ୱରୁ ଅପସାରିତ କରାଯାଇଥିଲା । ଫଳରେ ସେ ପ୍ରତିଶୋଧ ପରାୟଣ ହୋଇ ଭିଡିଓ ଭାଇରାଲ କରିଛନ୍ତି। ଏହି ଭିଡିଓ ପ୍ରାୟ ୨ ବର୍ଷ ପୁରୁଣା । ସେହି ଦିନ ସମ୍ପୃକ୍ତ ଶିକ୍ଷକଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍ ନ ଥିଲା । ଛାତ୍ର ଓ ଅନ୍ୟ ଶିକ୍ଷକମାନେ ଉପସ୍ଥିତ ରହି ତାଙ୍କୁ ସେବା ଶୁଶ୍ରୂଷା କରୁଥିଲେ ବୋଲି କହିଛନ୍ତି। ଏହି ଭିଡିଓ ଭାଇରାଲ୍ କରି ବିଦ୍ୟାଳୟକୁ ବଦନାମ କରିଥିବା ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ବିଦ୍ୟାଳୟ ପରିଚାଳନା ସମିତି ଥାନାରେ ଅଭିଯୋଗ କରିବ ବୋଲି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।
ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…
ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…
ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…
ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…
ଗ୍ୟାସ୍ ସିଲିଣ୍ଡର ଲିକେଜ୍! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…
ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…
ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?
ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…
ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…
ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍.ଏମ୍.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ…
ତପ୍ତପାଣି ଘାଟିରେ ଓଲଟିଲା କାର: ମରଣ ମୁହଁରୁ ବର୍ତ୍ତିଗଲେ ଶିକ୍ଷୟିତ୍ରୀ
ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ରାସ୍ତାର ବେଲଗଡ ଗ୍ରାମ ନିକଟ ବୁଲାଣିରେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢେ…
ସୁଜାତାଙ୍କ ବିଜେଡିରେ ଏଣ୍ଟ୍ରି ନେଇ ଚର୍ଚ୍ଚା: ଉଡ଼ା ଖବର କହି ଉଡେଇ ଦେଲେ ବଦ୍ରି
ଭୁବନେଶ୍ୱର, ୯।୬: ବିଜୁ ଜନତା ଦଳ (ବିଜେଡି)ରେ ସୁଜାତା ଆର୍. ପାଣ୍ଡିଆନଙ୍କ ଯୋଗଦାନ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ଦଳର ବରିଷ୍ଠ ନେତା ବଦ୍ରି ନାରାୟଣ ପାତ୍ର…
Archives

