ଶିକ୍ଷାଦାନ ଏକ ମହାନ୍‌ ବୃତ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଶିକ୍ଷାଦାନ ଏକ ମହାନ୍‌ ବୃତ୍ତି। ଶ୍ରେଣୀକକ୍ଷରେ ହିଁ ଦେଶର ଭବିଷ୍ୟତ ଗଠନ କରାଯାଇଥାଏ। ତେଣୁ କେବଳ ପୁସ୍ତକଗତ ଶିକ୍ଷାଦାନ ଉପରେ ସୀମିତ ନ ରହି ଛାତ୍ରୀଛାତ୍ରଙ୍କ ଚରିତ୍ର ଗଠନ ଓ ସେମାନଙ୍କ ମଧ୍ୟରେ ନୈତିକ ମୂଲ୍ୟବୋଧର ବିକାଶ ଉପରେ ଶିକ୍ଷକମାନେ ଗୁରୁତ୍ୱ ଦେବା ଜରୁରୀ। ସ୍ଥାନୀୟ ରବିନ୍ଦ୍ର ମଣ୍ଡପରେ ବୁଧବାର ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୪୮୯ଜଣ ଶିକ୍ଷକ ଏବଂ ୮ଜଣ ଅଧୀକ୍ଷକଙ୍କ ମାର୍ଗଦର୍ଶନ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।
ଏଥିସହ ଗୁଣାତ୍ମକ ଶିକ୍ଷା ପ୍ରତି ତାଙ୍କ ସରକାରର ପ୍ରତିବଦ୍ଧତାକୁ ଦୋହରାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବର୍ତ୍ତମାନ ରାଜ୍ୟରେ ୨୧୪ଟି ଆଦର୍ଶ ବିଦ୍ୟାଳୟ ଥିବାବେଳେ ଖୁବ୍‌ ଶୀଘ୍ର ଆଉ ୧୦୦ ଟି ଆଦର୍ଶ ବିଦ୍ୟାଳୟ ଖୋଲାଯିବ। ଫଳରେ ଉତ୍ତମ ଶିକ୍ଷାଦାନ ସହ ପିଲାଙ୍କ ସ୍ବପ୍ନକୁ ସାକାର କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦଶମ ଶ୍ରେଣୀ ପରୀକ୍ଷା ଦେଇଥିବା ଆଦର୍ଶ ବିଦ୍ୟାଳୟର ପ୍ରଥମ ବ୍ୟାଚ୍‌ର ୯ଜଣ କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମରେ ଆଦର୍ଶ ବିଦ୍ୟାଳୟର ନୂଆ ଓ୍ବେବ୍‌ସାଇଟ୍‌ର ଲୋକାର୍ପଣ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଡା ବିଜୟ ସାହୁ, ବିଭାଗୀୟ ଶାସନ ସଚିବ ଓ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri