ଶିକ୍ଷାବିତ୍‌ ତଥା ସାମ୍ବାଦିକଙ୍କ ପରଲୋକ:ବିଭିନ୍ନ ମହଲରେ ଶୋକର ଛାୟା

ଖଣ୍ଡପଡ଼ା,୨୦ା୯(ସ୍ବ.ପ୍ର.): ବିଶିଷ୍ଟ ଶିକ୍ଷାବିତ୍‌ ତଥା ବରିଷ୍ଠ ଖବରଦାତା ପ୍ରଫୁଲ୍ଲ ଚନ୍ଦ୍ର ଦାଶ(୭୧)ଙ୍କ ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ରାହ୍ମଣ ସାହିସ୍ଥ ତାଙ୍କ ବାସଭବନରେ ଗୁରୁବାର ସକାଳେ ପରଲୋକ ଘଟିଛି। ବୁଧବାର ରାତିରେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଉଥିବା ବେଳେ ହଠାତ୍‌ ତାଙ୍କର ମୃତ୍ୟୁ ଘଟିଥିବା ପରିବାରବର୍ଗଙ୍କ ସୂତ୍ରରୁ ପ୍ରକାଶ। ଖବର ପ୍ରଚାରିତ ହେବା ପରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ଜନସାଧାରଣ ତାଙ୍କ ବାସଭବନରେ ପହଞ୍ଚତ୍ ଶେଷଦର୍ଶନ କରିଥିଲେ। ସ୍ବର୍ଗତ ଦାଶ ୧୯୯୨ରୁ ୨୦୧୧ ମସିହା ପର୍ଯ୍ୟନ୍ତ ଖଣ୍ଡପଡା ମହିଳା ମହାବିଦ୍ୟାଳୟର ପ୍ରଥମ ଅଧ୍ୟକ୍ଷ ଭାବେ କାର୍ଯ୍ୟକରି ଅବସର ଗ୍ରହଣ କରିଥିଲେ ା ରାଜ୍ୟ ଉତ୍କଳ ସାମ୍ବାଦିକ ସଂଘର ଉପ ସଭାପତି ଓ ନୟାଗଡ଼ ଜିଲା ପେସାଦାର ସାମ୍ବାଦିକ ସଂଘର ସାଧାରଣ ସମ୍ପାଦକ ଏବଂ ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ସେ ଦାୟିତ୍ୱ ତୁଲାଇଥିଲେ। ଖଣ୍ଡପଡ଼ା ଆଞ୍ଚଳିକ ସାମ୍ବାଦିକ ସଂଘ ସଦସ୍ୟମାନେ ତାଙ୍କ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ା ସଂଘ କାର୍ଯ୍ୟାଳୟ ପରିସରରେ ବରିଷ୍ଠ ସଭ୍ୟ ରବୀନ୍ଦ୍ର କୁମାର ପଟ୍ଟନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ଶୋକ ସଭାରେ ଜିଲା ପେସାଦାର ସାମ୍ବାଦିକ ସଂଘ ସଭାପତି ପ୍ରମୋଦ ପଟ୍ଟନାୟକ, ବରିଷ୍ଠ ଆଇନଜୀବୀ ମାଧବ ପ୍ରସାଦ ମିଶ୍ର, ଗିରିଜା ଶଙ୍କର ତରାସିଆ, ଶିଶୁ କବି କାଶୀନାଥ ଦାସ ପ୍ରମୁଖ ଉପସ୍ଥିତ ରହି ସ୍ବର୍ଗତ ଦାଶଙ୍କ ସ୍ମୃତିଚାରଣ କରିଥିଲେ। ସ୍ବର୍ଗତ ଦାଶଙ୍କ ବିୟୋଗରେ ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ସିଂହମର୍ଦ୍ଦରାଜ, ପୂର୍ବତନ ବିଧାୟିକା ବିଜୟଲକ୍ଷ୍ମୀ ପଟ୍ଟନାୟକ, ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ, ବରିଷ୍ଠ ଭାଜପା ନେତା କ୍ୟାପଟେନ ଶିବ ପ୍ରସାଦ ଭଞ୍ଜ, ବନାଞ୍ଚଳ ଅଧିକାରୀ ଶ୍ରୀଧର ପଣ୍ଡା ପ୍ରମୁଖ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ା ରାଜ୍ୟର ୬୬୨ ବର୍ଗ ମହାବିଦ୍ୟାଳୟ ସଂଘ ଉପଦେଷ୍ଟା ଭାବରେ କାର୍ଯ୍ୟ କରିଥିବା ସ୍ବର୍ଗତ ଦାଶଙ୍କ ମୃତ୍ୟୁ ଖବରରେ ସଂଘର ରାଜ୍ୟ ସଭାପତି ଗୋଲକ ନାୟକ, ସମ୍ପାଦକ ଡ. ଗଗନ ବେହେରା, ସତାପ ଉଦ୍ଦିନ ମହମ୍ମଦ, ଅଶୋକ ପୁରୋହିତ ଶୋକ ବ୍ୟକ୍ତ କରିଛନ୍ତି ା ତାଙ୍କ ମର ଶରୀରକୁ ଶୋଭାଯାତ୍ରାରେ ଖଣ୍ଡପଡ଼ା ମହିଳା ମହାବିଦ୍ୟାଳୟ ପରିସରକୁ ନିଆଯିବା ପରେ ସେଠାରେ ସମସ୍ତ ଅଧ୍ୟାପିକା, ଅଧ୍ୟାପକ, କର୍ମଚାରୀଙ୍କ ସମେତ ଛାତ୍ରୀମାନେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ପରେ ତାଙ୍କୁ ଆଞ୍ଚଳିକ ସାମ୍ବାଦିକ ସଂଘ କାର୍ଯ୍ୟାଳୟ ପରିସରକୁ ନିଆଯାଇଥିଲା। ଅପରାହ୍ନରେ ସ୍ଥାନୀୟ ଶ୍ମଶାନ ଘାଟରେ ଏକ ଶୋକାକୁଳ ପରିବେଶରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା ା ତାଙ୍କର ଏକମାତ୍ର ପୁତ୍ର ସମରେନ୍ଦ୍ର ପ୍ରତାପ ଦାଶ ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ...

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପ୍ରେମ ସମ୍ପର୍କକୁ ନେଇ…

ବଲାଙ୍ଗୀର,୧୯।୧୨ : ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଅନତି ଦୂରରେ ଥିବା ଏକ କୁକୁଡା ଫାର୍ମର ପଛପଟ ଏକ ଗଛରେ ଜଣେ ଯୁବକଙ୍କର...

ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା...

କଟକରେ ମା’ହେଲେ ଦଶମ ଶ୍ରେଣୀ ଛାତ୍ରୀ: ବଳାତ୍କାର ପରେ…

କଟକ,୧୯।୧୨: କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri