ଶିକ୍ଷିତ ଯୁବତୀଙ୍କୁ ପାଠପଢ଼ା ଦାୟିତ୍ୱ ଦେଲେ ଗ୍ରାମବାସୀ

ବାଲିଆ,୨୩ା୮(ସ୍ବ.ପ୍ର.):ବିରିଡି ବ୍ଲକ ବତିମିରା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ପ୍ରାୟ ୨ କିଲୋମିଟର ଦୂରରେ ଥିବା ରାଜକୃଷ୍ଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ କରାଯାଇଛି। ଏହାପରେ ଚଳିତ ଶିକ୍ଷା ବର୍ଷରୁ ଶିକ୍ଷକମାନଙ୍କୁ ଉକ୍ତ ବିଦ୍ୟାଳୟରୁ ଅପସାରଣ କରି ନିଆଯାଇଛି। ଅପରପକ୍ଷେ ଗ୍ରାମବାସୀ ଓ ଅଭିଭାବକଙ୍କ ପକ୍ଷରୁ ଏହି ନିଷ୍ପତ୍ତିକୁ ବିରୋଧ କରାଯାଇଛି। ସେମାନେ ପିଲାମାନଙ୍କୁ ଦୂରରେ ଥିବା ରାଜକୃଷ୍ଣ ବିଦ୍ୟାଳୟକୁ ଛାଡିବେ ନାହିଁ ବୋଲି ଜିଦ୍‌ଧରି ବସିଛନ୍ତି। ଏନେଇ ଗ୍ରାମବାସୀ ଏକତ୍ରିତ ହୋଇ ପିଲାମାନଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସେହି ଗାଁର ୨ ଜଣ ଶିକ୍ଷିତ ଯୁବତୀଙ୍କୁ ପାଠପଢା ଦାୟିତ୍ୱ ଦେଇଛନ୍ତି। ଏବେ ସ୍କୁଲ ବାରଣ୍ଡାରେ ପାଠପଢା ଚାଲିଛି।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଚଳିତ ଶିକ୍ଷାବର୍ଷରେ ବତୀମିରା ପ୍ରାଥମିକ ବିଦ୍ୟାଳୟରେ ୨୩ ଜଣ ଛାତ୍ରୀଛାତ୍ର ପଢ଼ୁଥିଲେ। ମାତ୍ର ୨୦୧୯ -୨୦ ଶିକ୍ଷା ବର୍ଷ ଆଧାରରେ ଏହି ବିଦ୍ୟାଳୟରେ କମ୍‌ ପିଲା ଥିବା ଦର୍ଶାଇ ଶିକ୍ଷା ବିଭାଗ ପକ୍ଷରୁ ବିଦ୍ୟାଳୟକୁ ଅନ୍ୟତ୍ର ମିଶ୍ରଣ କରିଦିଆଯାଇଛି। ଅପରପକ୍ଷେ ଯେଉଁ ବିଦ୍ୟାଳୟରେ ଏହାକୁ ମିଶ୍ରଣ କରାଯାଇଛି ତାହା ଅଧିକ ବାଟ ହୋଇଥିବାବେଳେ ରାସ୍ତା ପିଲାଙ୍କ ପାଇଁ ସୁରକ୍ଷିତ ନୁହେଁ। କାରଣ ରାଜକୃଷ୍ଣ ବିଦ୍ୟାଳୟକୁ ଯିବା ରାସ୍ତାରେ ଅନେକ ଗାଡି ମୋଟର ଯାତାୟାତ କରେ। ଏପରି କି ରାସ୍ତା କଡ଼ରେ କେନାଲ ମଧ୍ୟ ରହିଛି। ପାଠପଢ଼ିବାକୁ ଏତେଦୂରକୁ ପିଲାମାନଙ୍କୁ ପଠାଇବା ଅସମ୍ଭବ ବୋଲି ବତୀମିରା ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରଞ୍ଜନ ପାଣି, ଚିତ୍ତରଞ୍ଜନ ଲେଙ୍କା, ଈଶ୍ୱର ସେଠୀ, ନିରଞ୍ଜନ ପାଣି, କ୍ଷୀରୋଦ ମହାନ୍ତି, ରୋହିତ ମହାପାତ୍ର, ମନୋରଞ୍ଜନ ମହାନ୍ତି, ପ୍ରତାପ ଲେଙ୍କା, ବୀରବର ପାଣି, ଜଗନ୍ନାଥ ବେହେରା, ପ୍ରଶାନ୍ତ ପାଣି, ବଂଶୀଧର ପାଣି ପ୍ରମୁଖ କହିଛନ୍ତି। ଏ ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ସର୍ବେଶ୍ୱର ବିଶ୍ୱାଳ କହିଛନ୍ତି, ବିଦ୍ୟାଳୟ ମିଶ୍ରଣ ନିଷ୍ପତ୍ତି ସରକାରୀସ୍ତରରେ ହୋଇଛି। ଏଥିରେ ଆମେ କିଛି କରିପାରିବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?