ଶିକ୍ଷୟିତ୍ରୀଙ୍କ ଗହଣା ଲୁଟ୍‌, ବଳାତ୍କାର ଉଦ୍ୟମ

ଦିଗପହଣ୍ଡି,୧୭୮(ଡି.ଏନ.ଏ.)-ଦିଗପହଣ୍ଡି ଥାନା ମହୁଡ଼ା ଅଞ୍ଚଳ ଅପରାଧୀଙ୍କ ଅମରାବତୀ ପାଲଟିଛି। ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାରେ ବିଫଳ ହେଉଛି। ଗୁରୁବାର ଜଣେ ଶିକ୍ଷୟିତ୍ରୀଙ୍କୁ ମହୁଡ଼ା-ନରସିଂହପୁର ଗ୍ରାମ ନିଛାଟିଆ ରାସ୍ତାରେ ଲୁଟ୍‌ ପରେ ବଳାତ୍କାର ଉଦ୍ୟମ ହୋଇଛି। ଦୁର୍ବୃତ୍ତଜଣକ ଶିକ୍ଷୟିତ୍ରୀଙ୍କଠାରୁ ଗହଣା ଲୁଟିନେବାପରେ ବଳାତ୍କାର ଉଦ୍ୟମ କରିଛନ୍ତି। ଏନେଇ ଦିଗପହଣ୍ଡି ଥାନାରେ ଅଭିଯୋଗ ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି ଏତଲା ଅନୁଯାୟୀ, ବ୍ରହ୍ମପୁର ଅଞ୍ଚଳର ଶିକ୍ଷୟିତ୍ରୀ ଜଣକ ଗୁରୁବାର ସକାଳେ ସ୍ବାଧୀନତା ଦିବସ ପାଳନ ପାଇଁ ସେ ଶିକ୍ଷାଦାନ କରୁଥିବା ବିଦ୍ୟାଳୟକୁ ସ୍କୁଟି ଯୋଗେ ଯାଉଥିଲେ। ସକାଳ ପ୍ରାୟ ୮ଟାରେ ମହୁଡ଼ା-ନରସିଂହପୁର ଗ୍ରାମ ନିଛାଟିଆ ରାସ୍ତାରେ ଜଣେ ଦୁର୍ବୃତ୍ତ ବାଇକରେ ଆସି ତାଙ୍କୁ ଅଟକାଇ ଆକ୍ରମଣ କରିବା ସହ ୩ ଭରି ଓଜନର ସୁନାହାର ଓ କାନଫୁଲ ଲୁଟି ନେଇଥିଲେ। ସେ ଏହାର ପ୍ରତିବାଦ କରିବାରୁ ଦୁର୍ବୃତ୍ତ ଜଣକ ତାଙ୍କୁ ବୁଦା ମୂଳକୁ ଟାଣିନେଇ ବଳାତ୍କାର ଉଦ୍ୟମ କରିଥିଲେ। ମାତ୍ର ଶିକ୍ଷୟିତ୍ରୀ ଜଣଙ୍କ ଖସିଆସି ନିକଟରେ ଥିବା ଗଁା ଆଡକୁ ଦୌଡିଥିଲେ। ଫଳରେ ଦୁର୍ବୃତ୍ତ ଜଣକ ଘଟଣାସ୍ଥଳରୁ ବାଇକ ଯୋଗେ ଚମ୍ପଟ ମାରିଥିଲେ। ଘଟଣା ସମ୍ପର୍କରେ ଶିକ୍ଷୟିତ୍ରୀ ଜଣଙ୍କ ଘରକୁ ଫୋନ କରି ଜଣାଇଥିଲେ। ପରିବାର ଲୋକେ ପହଞ୍ଚତ୍ ତାଙ୍କୁ ନିକଟସ୍ଥ ଡ଼ାକ୍ତରଖାନାକୁ ନେଇଥିଲେ। ଚିକିତ୍ସା ପରେ ଶିକ୍ଷୟିତ୍ରୀ ଜଣକ ତାଙ୍କ ସ୍ବାମୀଙ୍କ ସହ ଯାଇ ଥାନାରେ ଏତଲା ଦେଇଥିଲେ। ଆଇଆଇସି ଗୌରାଙ୍ଗ ଚରଣ ସାହୁ ନଂ.୧୪୯/୧୯ରେ ମାମଲା ରୁଜୁକରି ତଦନ୍ତ ଚଳାଇଛନ୍ତି। ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ର ନାଥ ମୁର୍ମୁ ଓ ଆଇଆଇସି ସାହୁ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ସରଜମିନ ତଦନ୍ତ କରିବା ସହ ଶିକ୍ଷୟିତ୍ରୀଙ୍କ ବୟାନ ରେକର୍ଡ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି।…

୪୪ ଡିଗ୍ରୀ ଖରାରେ ଚାଷୀଙ୍କୁ ରାସ୍ତାରେ ଆଣ୍ଠେଇବା ଘଟଣା, ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଚନ୍ଦାହାଣ୍ଡି ଥାନା ଘେରାଉ

ନବରଙ୍ଗପୁର,୨୪।୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରେ ନିଜ ବଳଦକୁ ନେଇ ଚନ୍ଦାହାଣ୍ଡିରୁ ରାଇଘରକୁ ନେବା ସମୟରେ ବଜରଙ୍ଗ ଦଳ ସଦସ୍ୟ କହୁଥିବା କିଛି ବ୍ୟକ୍ତି…

ନନ୍ଦିପଦା ଥାନାକୁ ନ ଥିଲା ରାସ୍ତା, ଆଜି ଶିଳାନ୍ୟାସ କଲେ ଥାନାଧିକାରୀ

ହାଟଡିହୀ/ଛେନାପଦୀ,୨୪ା୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନାକୁ ଯାତାୟାତ କରିବା ପାଇଁ ରାସ୍ତା ନିର୍ମାଣ ନିମନ୍ତେ ଥାନାଧିକାରୀ ଧର୍ମେନ୍ଦ୍ର ଶାନ୍ତି ଶିଳାନ୍ୟାସ କରିଛନ୍ତି। ପ୍ରଥମେ ଥାନାଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri