ଶିକ୍ଷୟିତ୍ରୀଙ୍କ ପାଠପଢା ଶୈଳୀକୁ ପ୍ରଶଂସା କଲେ ଆନନ୍ଦ ମହିନ୍ଦ୍ରା, ଶାହାରୁଖ

ପାଟନା,୨୬।୧: ବିହାର ଶିକ୍ଷା ବ୍ୟବସ୍ଥା ସବୁବେଳେ ଚର୍ଚ୍ଚାରେ ରହୁଥିବା ବେଳେ ଏବେ ସେଠାକାର ଜଣେ ଶିକ୍ଷୟିତ୍ରୀଙ୍କ ପାଠପଢା ଶୈଳୀ ଭାଇରାଲ ହେବାରେ ଲାଗିଛି। ସରକାରୀ ସ୍କୁଲର ଜଣେ ଶିକ୍ଷୟିତ୍ରୀଙ୍କ ପାଠପଢାଇବା ଶୈଳୀକୁ କେବଳ ସାଧାରଣ ଜନତା ନୁହେଁ ବଲିଉଡ୍‌ ଅଭିନେତା ଶାହାରୁଖ ଖାଁ ଓ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ମଧ୍ୟ ବେଶ୍‌ ପ୍ରଶଂସା କରିଛନ୍ତି। ବାଙ୍କା ଜିଲାର ବୌଶି ସ୍ଥିତ ଏକ ଉଚ୍ଚ ମାଧ୍ୟମିକ ସ୍କୁଲର ଶିକ୍ଷୟିତ୍ରୀ ରୁବି କୁମାରୀଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଇଂରାଜୀରେ ସ୍ନାତକ ଡିଗ୍ରୀ ହାସଲ କରିଥିବା ରୁବି କୁମାରୀ ଇଂରାଜୀ ପଢାଇବା ସହ ପିଲାମାନଙ୍କୁ ଗଣିତ ମଧ୍ୟ ପଢାଉଛନ୍ତି। ତାଙ୍କର ଗଣିତ ପଢାଇବାର ଏକ ଭିଡିଓ ଏବେ ଭାଇରାଲ ହୋଇଛି। ୭ ଜାନୁୟାରୀ ୨୦୨୦ରେ ରୁବି କୁମାରୀ ଏହି ଭିଡିଓଟିକୁ ନିଜ ଫେସବୁକରେ ଅପଲୋଡ କରିଥିଲେ। ଏହାପରେ ଏହି ଭିଡିଓକୁ ବିଶିଷ୍ଟ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଟୁଇଟ୍‌ କରିଥିଲେ। ମହିନ୍ଦ୍ରାଙ୍କର ଟୁଇଟ୍‌ ଭିଡିଓକୁ ବଲିଉଡ୍‌ ଅଭିନେତା ଶାହାରୁଖ ଖାଁ ରିଟୁଇଟ୍‌ କରବା ଫଳରେ ଏବେ ଏହା ଭାଇରାଲ ହୋଇଛି। ଉକ୍ତ ଭିଡିଓରେ ରୁବି ପିଲାମାନଙ୍କୁ ୯ର ଗୁଣନ ସମ୍ପର୍କରେ ପଢାଉଛନ୍ତି। ସେ କହିଛନ୍ତି ଆମ ହାତରେ ରହିଛି କାଲକୁଲେଟର। ତେବେ ରୁବିଙ୍କର ପାଠପଢାଇବାର ଶୈଳୀ ଏବେ ଭାଇରାଲ ହେବାରୁ ସେ କହିଛନ୍ତି, ତାଙ୍କୁ ଆଦୌ ଜଣା ନ ଥିଲା କି ଭିଡିଓଟି ଭାଇରାଲ ହେବ ବୋଲି। ପିଲାଟି ଦିନରୁ ତାଙ୍କର କିଛି ନୂଆ କରିବାର ଇଚ୍ଛା ଥିବାରୁ ସେ ଏହାକୁ ନେଇ ସବୁ ସମୟରେ ଚେଷ୍ଟା ଜାରି ରଖିଥାଆନ୍ତି। ତେବେ ରୁବିଙ୍କର ଭାଇରାଲ ଭିଡିଓକୁ ଏପର୍ଯ୍ୟନ୍ତ ପ୍ରାୟ ଏକ ଲକ୍ଷଥର ଶେୟାର କରାଯାଇଥିବା ବେଳେ ୪୨ ଲକ୍ଷ ଲୋକ ଏକାକୁ ଲାଇକ୍‌ କରି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri