କ.ନୂଆଗାଁ,୨୦ା୯(ଡ଼ି.ଏନ.ଏ.): କ.ନୂଆଗାଁ ଥାନା କୁଡୁତୁଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁନୀତା ପ୍ରଧାନଙ୍କୁ ନିର୍ଯାତନା ଦେବା ଘଟଣାରେ ଗୁରୁବାର କ.ନୂଆଗାଁ ପୋଲିସ ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ମହାରଣାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗତ ମାସ ୨୫ ତାରିଖରେ ଶିକ୍ଷୟିତ୍ରୀଙ୍କ ଅଭିଯୋଗ ପ୍ରକାରେ କ.ନୂଆଗାଁ ଥାନାରେ ପ୍ରଧାନଶିକ୍ଷକ, ସହକାରୀ ଶିକ୍ଷକ ସଦାଶିବ ବେହେରା ଓ ପିଇଟି ଶିକ୍ଷକ ସୁଶାନ୍ତ ବଳିଆରସିଂଙ୍କ ନାମରେ ମାମଲା ରୁଜୁ ହୋଇଥିଲା। ଥାନାଧିକାରୀ ଶ୍ରୀନିବାସ ସାମଲ ନଂ.୪୮/୧୯ରେ ମାମଲା ରୁଜୁ କରି ତଦନ୍ତ କରୁଥିଲେ। ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଗତ ୧୨ ତାରିଖରେ କ.ନୂଆଗାଁ ଥାନା ଘେରାଉ କରାଯାଇଥିଲା। ଗୁରୁବାର ପ୍ରଧାନଶିକ୍ଷକ ଚନ୍ଦ୍ରଶେଖର ମହାରଣା କାରରେ ଫୁଲବାଣୀ ଯିବା ସମୟରେ କୌଣସି ସୂତ୍ରରୁ ଖବର ପାଇ ଥାନାଧିକାରୀ ସାରଙ୍ଗଗଡ଼ ଛକ ନିକଟରୁ ତାଙ୍କୁ ଗିରଫ କରିଛନ୍ତି।
Posted inଆମ ଜିଲା ଖବର, କନ୍ଧମାଳ View All
ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…
ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…
ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ
ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍ ସ୍କୁଲ,…
ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!
ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…
ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ
ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…
ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର
ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…
ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….
କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…
ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….
କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…
Archives

