ଫୁଲବାଣୀ ଅଫିସ, ୨୮ା୮- ମକ.ନୂଆଗାଁ ବ୍ଲକ ସ୍ଥିତ କୁଡ଼ୁତୁଲି ସରକାରୀ ଉନ୍ନୀତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଦେବା ଘଟଣାକୁ ନେଇ ଜିଲାରେ ଅସନ୍ତୋଷ ସୃଷ୍ଟି ହୋଇଛି ା ପୋଲିସ ଏହି ଘଟଣାରେ ପ୍ରାଥମିକ ତଦନ୍ତ ପରେ ଏସ୍ସି/ଏସଟି ପ୍ରିଭେନସନ ଆକ୍ଟ ଏବଂ ଆଇପିସି ଧାରା ଅନୁସାରେ ୪୮/୧୯ରେ ମାମଲା ରୁଜୁ ହୋଇଛି। ଏହି ଘଟଣାର ତଦନ୍ତ ଭାର ଡିଏସ୍ପି ଏସ.କେ.ରାୟଙ୍କୁ ଦିଆଯାଇଥିବା ଏସ୍ପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ଏତେ ସବୁ ପରେ ବି ଜିଲା ଶିକ୍ଷା ବିଭାଗ ପକ୍ଷରୁ କୌଣସି ଅଭିଯୁକ୍ତମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ ା ଘଟଣାକୁ ଚାପି ଦେବାକୁ ବିଭାଗ ପ୍ରୟାସ କରୁଛି ା ଅନ୍ୟପକ୍ଷରେ ଜିଲା ଶିକ୍ଷାଧିକାରୀ ବିକାଶ ପ୍ରଧାନ କହିଛନ୍ତି, ପୋଲିସ ରିପୋର୍ଟ ଆସିବା ପରେ ଯାହାକିଛି ପଦକ୍ଷେପ ନିଆଯିବ। ସେପଟେ ଶିକ୍ଷୟିତ୍ରୀ ଜଣକ ଭୟରେ ଦିନ କାଟୁଛନ୍ତି। କ. ନୂଆଗାଁ ବ୍ଲକ ଦାୟିତ୍ୱରେ ଥିବା ବାଲିଗୁଡ଼ା ବ୍ଲକ ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ତ୍ରିପାଠୀଙ୍କୁ ପଚାରିବାରୁ ଏ ବିଷୟରେ ଜିଲା ଅଫିସ ପକ୍ଷରୁ କୌଣସି ନିର୍ଦ୍ଦେଶ ଆସିନାହିଁ।ଏପରିକି ସ୍କୁଲରେ ୨ ଶିକ୍ଷକ ନ ଥିଲେ ମଧ୍ୟ ବିଇଓ କିଛି ଜାଣି ନ ଥିବା କି କେହି ଛୁଟି ଦରଖାସ୍ତ ଦେଇ ନ ଥିବା କହିଛନ୍ତି। ସୂଚନାଯୋଗ୍ୟ, କୁଡ଼ୁତୁଲି ଉନ୍ନୀତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଗତ ଜୁଲାଇ ୧୮ ତାରିଖରେ ଶିକ୍ଷୟିତ୍ରୀ ଗୀତାଞ୍ଜଳି ପ୍ରଧାନ କାନ୍ଦୁଥିବା ଦେଖି ଅନ୍ୟ ଜଣେ ଶିକ୍ଷୟିତ୍ରୀ କାରଣ ପଚାରିଥିଲେ। ପ୍ରଧାନଶିକ୍ଷକ ତାଙ୍କୁ ଅସଦବ୍ୟବହାର ପ୍ରଦର୍ଶନ କରିଥିବା ସେ କହିଥିଲେ। ପରେ ପ୍ରଧାନଶିକ୍ଷକ ଚନ୍ଦ୍ରଶେଖର ମହାରଣା, ସହକାରୀ ଶିକ୍ଷକ ସଦାଶିବ ବେହେରା ଓ ଅନ୍ୟ ଜଣେ ଶିକ୍ଷକ ଗୀତାଞ୍ଜଳୀଙ୍କ ସହ କଥା ହେଉଥିବା ଶିକ୍ଷୟିତ୍ରୀ ଜଣକଙ୍କୁ ଅଫିସ ରୁମକୁ ଡାକି ତାଗିଦ କରିଥିଲେ। ଏ ନେଇ ଗୀତାଞ୍ଜଳି ଜିଲା ଶିକ୍ଷାଧିକାରୀଙ୍କ ପାଖକୁ ଯାଇ ପ୍ରଧାନଶିକ୍ଷକ ଓ ଅନ୍ୟମାନଙ୍କ ନାମରେ ଅଭିଯୋଗ କରିଥିଲେ। ପ୍ରଧାନଶିକ୍ଷକ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ମାନଙ୍କ ଉପସ୍ଥିତିରେ ଗୀତାଞ୍ଜଳିକୁ ଧମକ ଦେଇ ମୋର କିଛି ଅସୁବିଧା ନାହିଁ। ଯଦି ଚାହିଁବି ତେବେ ତୁମକୁ ଚାକିରିରୁ ବହିଷ୍କାର କରିବି ବୋଲି କହିଥିଲେ ା ଏ ନେଇ ଶିକ୍ଷୟିତ୍ରୀ ଗୀତାଞ୍ଜଳୀ କ.ନୂଆଗାଁ ଥାନାରେ ଏତଲା ଦେଇଥିଲେ ା
Posted inଆମ ଜିଲା ଖବର, କନ୍ଧମାଳ View All
ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….
ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…
ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…
କଟକ,୧୬।୮: ୧୯୯୩ ବ୍ୟାଚ୍ ଆଇପିଏସ୍ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…
ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…
କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍ ଉଦ୍ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍ ପିଲା
ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…
ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି
ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…
କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…
କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…
କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ
ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…
ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ
ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…
Archives

