Posted inଜାତୀୟ

ଶିବସେନା-ଏନ୍‌ସିପି ମଧ୍ୟରେ ମେସେଜ୍‌ ପଲିଟିକ୍ସ

ମୁମ୍ବାଇ,୩।୧୧: ମହାରାଷ୍ଟ୍ର ରାଜନୀତି ଏବେ ରୋଚକ ହେବାରେ ଲାଗିଛି। ସରକାର ଗଠନକୁ ନେଇ ଭାଜପା-ଶିବସେନା ମଧ୍ୟରେ ଗଣିତ ଛିଡି ପାରୁ ନ ଥିବା ବେଳେ ଏବେ ଶିବସେନା-ଏନ୍‌ସିପି ମଧ୍ୟରେ ମେସେଜ୍‌ ପଲିଟିକ୍ସ ଆରମ୍ଭ ହୋଇଯାଇଛି। ଏନ୍‌ସିପି ନେତା ଅଜିତ ପାଓ୍ବାର କହିଛନ୍ତି ତାଙ୍କ ନିକଟକୁ ଶିବସେନା ନେତା ସଞ୍ଜୟ ରାଉତ ଏକ ମେସେଜ୍‌ ପଠାଇଛନ୍ତି। ଗଣମାଧ୍ୟମକୁ ସେ ସେହି ମେସେଜଟି ଦେଖାଇଥିବା ବେଳେ ଉକ୍ତ ମେସେଜରେ ‘ଜୟ ମହାରାଷ୍ଟ୍ର’ ବୋଲି ଲେଖାଯାଇଥିବା ସେ ଦର୍ଶାଇଛନ୍ତି। ତେବେ ସେ ଏକ ମିଟିଂରେ ଥିବାରୁ ଏହାର ଉତ୍ତର ଦେଇ ପାରି ନ ଥିବା କହିଛନ୍ତି। ଆଉ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ଏହା ତାଙ୍କ ପାଖକୁ ସଞ୍ଜୟଙ୍କ ପ୍ରଥମ ମେସେଜ୍‌ ବୋଲି ସେ କହିଛନ୍ତି। ପାଓ୍ବାର କହିଛନ୍ତି ଯଦି ସଞ୍ଜୟ କହୁଛନ୍ତି ତାଙ୍କ ପାଖରେ ୧୭୦ ବିଧାୟକଙ୍କ ସମର୍ଥନ ଅଛି ତେବେ ସେ ଏହାର ତଥ୍ୟ ଦେବା ଦରକାର। ଆମ ପାଖରେ ୧୧୦ ଅଛି ବୋଲି ପାଓ୍ବାର କହିଛନ୍ତି। ଏପଟେ ଏନ୍‌ସିପି-କଂଗ୍ରେସ ସହ ମେଣ୍ଟ କରି ନିର୍ବାଚନ ଲଢିଥିଲା। ତେଣୁ ଏବେ ନିଷ୍ପତ୍ତି କେବଳ ଏନ୍‌ସିପି ନେଇ ପାରିବ ନାହିଁ। ଯାହାବି ହେବ ଏନ୍‌ସିପି-କଂଗ୍ରେସ ମିଳିତ ଭାବେ ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି। ଅନ୍ୟପଟେ ଶିବସେନା-ଭାଜପା ସହ ମେଣ୍ଟ କରି ନିର୍ବାଚନ ଲଢିଥିଲା। ତେଣୁ ଏବେ ଏହି ମେଣ୍ଟ ସରକାର ଗଢିବା କଥା। ତେବେ ଶିବସେନା ସହ ମେଣ୍ଟକୁ ନେଇ ପାଓ୍ବାର କହିଛନ୍ତି ସୋମବାର ମହାରାଷ୍ଟ୍ର ବିଧାନସଭା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। କାରଣ ସୋମବାର ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଦିଲ୍ଲୀ ଯାଇ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିବା ପରେ ଯାହା ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri