Posted inଜାତୀୟ

ଶିବସେନା ନେତା ହେବେ ମୁଖ୍ୟମନ୍ତ୍ରୀ: କଂଗ୍ରେସ

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ର ରାଜନୀତି ଏବେ ନୂଆ ମୋଡ ନେବାକୁ ଯାଉଛି। ଅର୍ଥାତ୍‌ ରାଷ୍ଟ୍ରପତି ଶାାସନକୁ ନେଇ ଏବେଠାରୁ ଆଲୋଚନା ଆରମ୍ଭ ହେଲାଣି। କିନ୍ତୁ ଇତିମଧ୍ୟରେ ମହାରାଷ୍ଟ୍ରର କଂଗ୍ରେସ ନେତା କେସି ପଦଭି କହିଛନ୍ତି ଶେଷ ଫଳାଫଳ ସକରାତ୍ମକ ହେବ ଓ ଶିବସେନା ନେତା ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବେ। ସେ ତାଙ୍କର ନିଜସ୍ବ ମତ ଦେଇ କହିଛନ୍ତି ୩ ଦଳ(ଶିବସେନା, ଏନ୍‌ସିପି ଓ କଂଗ୍ରେସ)ମେଣ୍ଟରେ ମହାରାଷ୍ଟ୍ରରେ ସରକାର ଗଠନ ହେବ ଓ ଶିବସେନା ମୁଖ୍ୟମନ୍ତ୍ରୀ ଆସନରେ ବସିବ। ସୂଚନାଯୋଗ୍ୟ, ମହାରାଷ୍ଟ୍ର ବିଧାନସଭା ଫଳଫଳ ଅନୁଯାୟୀ, କୌଣସି ଦଳ ନିକଟରେ ସଂଖ୍ୟା ଗରିଷ୍ଠତା ନ ଥିବାରୁ ରାଜ୍ୟପାଳ ଭଗତ ସିଂ କୋଶିୟାରୀ ପ୍ରଥମେ ଅଧିକ ଆସନରେ ବିଜୟ ଲାଭ କରିଥିବା ଭାଜପାକୁ ସରକାର ଗଠନ ଲାଗି ଆମନ୍ତ୍ରଣ କରିଥିଲେ। ହେଲେ ଏକାକି ଭାଜପା ସରକାର ଗଠନ ନ କରିପାରିବାରୁ ଏଥିରୁ ଓହରି ଯାଇଥିଲା। ଏହାପରେ ଶିବସେନାର ପାଳି ପଡିଥିଲା। ହେଲେ ଏପର୍ଯ୍ୟନ୍ତ ଶିବସେନା ମେଣ୍ଟ କରି ନ ପାରିବାରୁ ସେ ବି ସରକାର ଗଠନ ପାଇଁ ସକ୍ଷମ ହୋଇ ପାରୁନାହିଁ। ଏପଟେ ଏବେ ରାଜ୍ୟପାଳ ସରକାର ଗଠନ ପାଇଁ ଏନ୍‌ସିପିକୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ତେଣୁ ଫଳାଫଳ ଏବେବି ଅସ୍ପଷ୍ଟ ହୋଇରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri