Posted inଜାତୀୟ

ଶିବସେନାକୁ ଝଟ୍‌କା: ମେଣ୍ଟ କରିବେନି ଶରଦ

ମୁମ୍ବାଇ,୨।୧୧: ମହାରାଷ୍ଟ୍ର ବିଧାନସଭାକୁ ନେଇ ସରକାର ଗଠନ କରିବା ଯୋଜନା କରୁଥିବା ଭାରତୀୟ ଜନତା ପାର୍ଟି(ଭାଜପା)କୁ ଝଟ୍‌କା ଦେବାକୁ ଚାହଁୁଥିବା ଶିବସେନାକୁ ଲାଗିଛି ଝଟ୍‌କା। କାରଣ ଏବେ ଏନ୍‌ସିପି ନେତା ଶରଦ ପାଓ୍ବାର କେବଳ ବିରୋଧି ହୋଇ ରହିବେ ବୋଲି କହିଛନ୍ତି। କିନ୍ତୁ ଶିବସେନା ଚାହୁଁଥିଲା ଏନ୍‌ସିପି ସହ ମେଣ୍ଟ କରି ସରକାର ଗଠନ କରିବାକୁ। ଏବେ ଶରଦଙ୍କ ଏହି ନିଷ୍ପତ୍ତି ଶିବସେନାର ସବୁ ଯୋଜନାକୁ ପଣ୍ଡ କରି ଦେଇଛି। ଅନ୍ୟପଟେ ଶୁକ୍ରବାର ଅପରାହ୍ନରେ ମହାରାଷ୍ଟ୍ର କଂଗ୍ରେସ ଦିଲ୍ଲୀ ଗସ୍ତ କରିଥିବା ବେଳେ ୧୦ ଜନପଥରେ ସୋନିଆ ଗାନ୍ଧୀଙ୍କୁ ଭେଟିଥିଲେ। ଏହାପରେ କୁହାଯାଉଥିଲା କି କଂଗ୍ରେସ ବୋଧହୁଏ ଶିବସେନା ସହ ମେଣ୍ଟ କରିବ। ହେଲେ ସୋନିଆ ଏହାକୁ ନେଇ ସେମିତି କିଛି ରୁଚି ଦେଖାଇ ନ ଥିବା ଜଣାପଡିଥିଲା। ତେଣୁ ଏବେ ଶିବସେନା କାହା ସହିତ ମେଣ୍ଟ କରି ଭାଜପାକୁ ଝଟ୍‌କା ଦେବ ତାହା ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ତେହରାନ ପାଓ୍ବାର ପ୍ଲାଣ୍ଟ ଧ୍ୱଂସ କରିଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ,୬ା୪: ଇରାନ ଯୁଦ୍ଧ ୩୭ ଦିନରେ ପହଞ୍ଚତ୍ଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରବିବାର ସୋସିଆଲ ମିଡିଆରେ ଏକ ବିସ୍ଫୋରକ ପୋଷ୍ଟ ଜରିଆରେ ତେହରାନ୍‌ ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌…

‘ଠିକ ରାତି ୮ଟା…’, ଟ୍ରମ୍ପ ସ୍ଥିର କଲେ ସମୟ କେତେବେଳେ ଇରାନ ଉପରେ କରିବେ ସବୁଠାରୁ ବଡ଼ ଆକ୍ରମଣ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ହର୍ମୁଜ ପ୍ରଣାଳୀକୁ ନେଇ ୱାଶିଂଟନ ଏବଂ ତେହରାନ ମଧ୍ୟରେ ଅଚଳାବସ୍ଥା…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri