ଶିବାଜୀରାଓ ସମବାୟ ବ୍ୟାଙ୍କରେ ୩୦୦ କୋଟିର ଠକେଇ

ନୂଆଦିଲ୍ଲୀ,୧୪-୧୦: ପଞ୍ଜାବ ଏବଂ ମହାରାଷ୍ଟ୍ର କୋଅପରେଟିଭ(ପିଏମ୍‌ସି) ବ୍ୟାଙ୍କରେ ଋଣ ଠକେଇ ପରେ ଏବେ ମହାରାଷ୍ଟ୍ରର ଆଉ ଏକ ବ୍ୟାଙ୍କରେ ଏଭଳି ଘଟଣା ସାମ୍ନାକୁ ଆସିଛି। ଶିବାଜୀ ରାଓ ଭୋସଲେ ସମବାୟ ବ୍ୟାଙ୍କରେ ପ୍ରାୟ ୩୦୦ କୋଟି ଟଙ୍କାର ଋଣ ଠକେଇ ମାମଲା ନଜରକୁ ଆସିବା ପରେ ମହାରାଷ୍ଟ୍ର ସରକାର ବ୍ୟାଙ୍କ ବୋର୍ଡ ଅଫ୍‌ ଡାଇରେକ୍ଟର୍ସଙ୍କୁ ବରଖାସ୍ତ କରିଛନ୍ତି। ବ୍ୟାଙ୍କର ପରିଚାଳନା ଲାଗି ନୂଆ ଆଡମିନିଷ୍ଟ୍ରେଟର ନିଯୁକ୍ତ କରାଯାଇଛି। ଭୂତ ଜମାକାରୀଙ୍କୁ ଋଣ ପ୍ରଦାନ କରାଯିବା ଫଳରେ ବ୍ୟାଙ୍କର ସ୍ଥିତି ବର୍ତ୍ତମାନ ସଙ୍କଟଜନକ ହୋଇଥିବା ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଏନ୍‌ସିପି ଏମ୍‌ଏଲ୍‌ଏ ଅନିଲ ଶିବାଜୀରାଓ ଭୋସଲେ ଏହାର ପ୍ରମୋଟର ରହିଛନ୍ତି। ବ୍ୟାଙ୍କର ଏଭଳି ସ୍ଥିତି ଯୋଗୁ ପ୍ରାୟ ୧ ଲକ୍ଷ ଜମାକାରୀ ଅସୁବିଧା ସ୍ଥିତିକୁ ଚାଲିଯାଇଛନ୍ତି। ଜମାକାରୀ ସେମାନଙ୍କ ଅର୍ଥ ଉଠାଣ କରିବାକୁ ସମର୍ଥ ହେଉ ନାହାନ୍ତି। ୨୦୧୯ ଏପ୍ରିଲରେ ରିଜର୍ଭ ବ୍ୟାଙ୍କ ଏହାର ବିଭିନ୍ନ ବ୍ୟବସ୍ଥାକୁ ଅଡିଟ କରିବା ପରେ ପରିଚାଳନାରେ ବିଭିନ୍ନ ଅନିୟମିତତା ହୋଇଥିବା ଜଣା ପଡିଥିଲା। ମହାରାଷ୍ଟ୍ରର ସମବାୟ କମିଶନର ରିଜର୍ଭ ବ୍ୟାଙ୍କର ପରାମର୍ଶ ନେବା ପରେ ବୋର୍ଡକୁ ବରଖାସ୍ତ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri