ଶିମିଳିପାଳରୁ ଉଚ୍ଛେଦକୁ ନେଇ ଖେଜୁରୀ ଗ୍ରାମବାସୀଙ୍କ ବିକ୍ଷୋଭ

ଯଶିପୁର,୨୨ା୧(ଡ଼ି.ଏନ୍‌.ଏ.): ଶିମିଳିପାଳ ମଧ୍ୟରେ ଥିବା ଗୁଡଗୁଡିଆ ପଞ୍ଚାୟତ ଅଧୀନ ଖେଜୁରୀ ଗ୍ରାମର ବାସିନ୍ଦାଙ୍କୁ ଉଚ୍ଛେଦ ଉଦ୍ୟମକୁ ବିରୋଧକରି ବୁଧବାର ଯଶିପୁର ବ୍ଲକ କାର୍ଯ୍ୟାଳୟ ଆଗରେ ଗ୍ରାମବାସୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶତାଧିକ ଗ୍ରାମବାସୀ ରରୁଆଁ ଛକଠାରୁ ଏକ ଶୋଭାଯାତ୍ରାରେ ଯାଇ ବ୍ଲକ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏସୟୁସିଆଇର ଜିଲା ସମ୍ପାଦକ ସଦ ବଦ୍ରାଙ୍କ ସଭାପତିତ୍ୱରେ ସେଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟବକ୍ତା ଭାବେ ପୂର୍ବତନ ବିଧାୟକ ଶମ୍ଭୁନାଥ ନାଏକ ଯୋଗ ଦେଇ ଯେଉଁମାନେ ଭିଟାମାଟି ଛାଡ଼ିବା ପାଇଁ ରାଜି ହେବେ ନାହିଁ ସେମାନଙ୍କୁ କେହି ଜୋର ଜବରଦସ୍ତ ଉଚ୍ଛେଦ କରିପାରିବେ ନାହିଁ ବୋଲି କହିଥିଲେ। ଏଥିସହିତ ଖେଜୁରୀ ଗ୍ରାମବାସୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପ୍ରଦାନ, କେନାଲ ମରାମତି କରି ଚାଷ ଜମିକୁ ଜଳ ଯୋଗାଇ ଦେବା, ରାସ୍ତାଘାଟ ମରାମତି କରିବା, ଶୌଚାଳୟ ଓ ସ୍କୁଲ ଗୃହ ନିର୍ମାଣ କରିବା ଆଦି ବିଭିନ୍ନ ଦାବି ସମ୍ବଳିତ ଏକ ଦାବିପତ୍ର ସ୍ଥାନୀୟ ବିଡିଓଙ୍କୁ ପ୍ରଦାନ କରାଯାଇଥିଲା। ଭିଟାମାଟିକୁ ବଞ୍ଚାଇବା ପାଇଁ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ଗ୍ରାମବାସୀମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୫ ଦିନ ଜଳାଇବ,ଏଲ୍‌ ନିନୋକୁ ନେଇ IMD ଡିଜି ଦେଲେ ବଡ଼ ସୂଚନା, କହିଲେ ଏଥର…

ଭୁବନେଶ୍ୱର,୨୪ା୫: ରାଜ୍ୟରେ ପ୍ରବଳ ତାତି ଓ ଗୁଳୁଗୁଳିକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆଉ ୫…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

ହିଟ୍‌ ଆଣ୍ଡ ରନ୍‌: ଅଟୋକୁ ଘୋଡ଼ାଡ଼ି ନେଲା ଟ୍ରକ୍‌, ଡ୍ରାଇଭରଙ୍କୁ ଧରି ନିର୍ଧୂମ ଛେଚିଲେ ଲୋକେ

ଭୁବନେଶ୍ୱର,୨୪ା୫: ରାଜଧାନୀରେ ପୁଣି ହିଟ୍‌ ଆଣ୍ଡ୍‌ ରନ୍‌। ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍‌। କଟକ-ପୁରୀ ବାଇପାସ୍‌ ରୋଡ୍‌ ପାଣ୍ଡରା ଛକରେ ଏଡଇ ଦୁର୍ଘଟଣା ଘଟିଛି। ଏନଏଚ୍‌ରେ ୫୦ରୁ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri