ଶିଳାନ୍ୟାସରେ ଅଟକିଛି ରାସ୍ତା : ଯାନବାହନ ଚଳାଚଳ ବ୍ୟାହତ

ରାଇକିଆ,୨୧ା୯(ଡ଼ି.ଏନ.ଏ): କନ୍ଧମାଳ ଜିଲା ରାଇକିଆ ବ୍ଲକର ସବୁଠାରୁ ଦୁର୍ଗମ କରଡ଼ା, ରଣବା, ଇନ୍ଦ୍ରଗଡ଼, ବଡ଼ବାରବା ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତା ଦୀର୍ଘଦିନ ହେଲା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଘାଟି ରାସ୍ତା ଧୋଇ ଯାଇଥିବା ଏବଂ ବିଭିନ୍ନ ସ୍ଥାନରେ ମେଟାଲ ଉଠି ଯାଇଥିବାରୁ କୌଣସି ଯାନବାହନ ଚଳାଚଳ କରି ପାରୁନାହିଁ। ଯେଉଁ ଗୋଟିଏ ଦୁଇଟି ବସ ଚଳାଚଳ କରୁଥିଲା ରାସ୍ତା ଖରାପ ଦର୍ଶାଇ ତାହା ମଧ୍ୟ ବନ୍ଦ ହୋଇଯାଇଛି। ତେଣୁ ଏସବୁ ଅଞ୍ଚଳବାସୀଙ୍କ ପାଇଁ ଏବେ କେବଳ ଅଟୋ ଭରସା। ଗାର୍ଡ଼ଓ୍ବାଲ ନ ଥିବାରୁ ବିପଦପୂର୍ଣ୍ଣ ଅବସ୍ଥାରେ କରଡ଼ା ଘାଟିରେ ଯାତାୟତ କରିବାକୁ ପଡ଼ୁଛି। ଗତ ନିର୍ବାଚନ ପୂର୍ବରୁ ଏହି ରାସ୍ତାର ଉନ୍ନତୀକରଣ ପାଇଁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ସ୍ଥାନିତ କରାଯାଇ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଗତ ମାର୍ଚ୍ଚ ମାସ ପ୍ରଥମ ସପ୍ତାହରେ ତତ୍କାଳୀନ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଦ୍ୱାରା ଏହି ରାସ୍ତାର ଶିଳାନ୍ୟାସ କରାଯାଇଥିଲା। ତେବେ ୬ ମାସରୁ ଉର୍ଦ୍ଧ୍ୱ ଦିନ ବିତି ଯାଇଥିଲେ ମଧ୍ୟ ରାସ୍ତା କାମ ଆରମ୍ଭ ହୋଇପାରିନାହିଁ। କାମ ବିଳମ୍ବ ଯୋଗୁ ବିଭିନ୍ନ କାମରେ ରାଇକିଆ ସହରକୁ ଆସିବାକୁ ଲୋକେ ଅସୁବିଧା ଭୋଗୁଛନ୍ତି। ଏ ନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ କହିଛନ୍ତି, ଉକ୍ତ ରାସ୍ତା କାମର ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଛି। ଖୁବଶୀଘ୍ର କାମ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri