ଶିଶୁ ମୃତ୍ୟୁହାର ରୋକିବା ସଚେତନତା କାର୍ଯ୍ୟକ୍ରମର ପ୍ରଥମ ଦିନ : ଜନ୍ମର ଦିନକ ପରେ ନବଜାତ ଶିଶୁର ମୃତ୍ୟୁ

ଝରିଗାଁ,୨।୬(ସ୍ବ.ପ୍ର)- ନବରଙ୍ଗପୁର ଜିଲାରେ ମାତୃ ଏବଂ ଶିଶୁ ମୃତ୍ୟୁହାରକୁ ରୋକିବା ପାଇଁ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଶନିବାର ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଦିନକ ପରେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରବିବାର ଏକ ନବଜାତକଙ୍କ ମୃତ୍ୟୁ ଘଟିଛି। ମାତୃ ଓ ଶିଶୁ ମୃତ୍ୟୁହାର ରୋକିବା ସଚେତନତା କାର୍ଯ୍ୟକ୍ରମ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଝରିଗାଁ ବ୍ଲକ ବାଣୁଆଗୁଡା ଗ୍ରାମର ଦିବାକର ପନକାଙ୍କ ସ୍ତ୍ରୀ ସୁଶିଳା ମାଳି(୧୯)ଶୁକ୍ରବାର ରାତିରେ ପ୍ରସବ ଜନିତ ଯନ୍ତ୍ରଣା ଅନୁଭବ କରିଥିଲେ। ସେହି ସମୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହେବା ସହ ମୋବାଇଲ ଯୋଗାଯୋଗ ଠପ୍‌ ରହିଥିଲା। କାଳବୈଶାଖୀ ଥମିବା ପରେ ପରିବାର ଲୋକେ ରାତି ପ୍ରାୟ ୧୨ଟାରେ ଏକ ଅଟୋ ସହାୟତାରେ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସୁଶିଳାଙ୍କୁ ଆଣିଥିଲେ। ଶନିବାର ଭୋର ୪ଟା ୪୫ରେ ସେ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ଜନ୍ମ ବେଳକୁ ଶିଶୁର ଓଜନ ୨କେଜି ୬ଶହ ଗ୍ରାମ ରହିଥିଲା। ଶିଶୁର ସ୍ବାସ୍ଥ୍ୟବସ୍ଥା ଭଲ ରହିଥିଲା। ଜନ୍ମର ଦିନକ ପରେ ରବିବାର ସକାଳ ୬ଟା୨୦ ମିନିଟରେ ନବଜାତ ଶିଶୁର ଡାକ୍ତରଖାନାରେ ମୃତ୍ୟୁ ହୋଇଥିଲା। କ୍ଷୀର ପିଇବା ସମୟରେ ଶ୍ୱାସରୁଦ୍ଧ ହୋଇ ଶିଶୁର ମୃତ୍ୟୁ ହୋଇଥିବା ନେଇ ଡାକ୍ତର ଅଜିତ କୁମାର ଦାଶ କହିଛନ୍ତି।
ସୂଚନାଯୋଗ୍ୟ ଯେ, ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ତ୍ରୀ ଏବଂ ଶିଶୁ ବିଶେଷଜ୍ଞ ନାହାନ୍ତି । ସରକାର ଗର୍ଭବତୀଙ୍କୁ ମେଡିକାଲରେ ପ୍ରସୂତୀ କରାଇବା ନେଇ ବିଭିନ୍ନ ପଦକ୍ଷେପ ନେଉଥିବା ବେଳେ ଝରିଗାଁ ଭଳି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବତନ୍ତ୍ର ନବଜାତ ଶିଶୁ ସୁରକ୍ଷା ପ୍ରକୋଷ୍ଠ ନଥିବା ସହ ବିଶେଷଜ୍ଞ, ଡାକ୍ତର ଅଭାବ ରହିଛି। ଫଳରେ ମାତୃ ଏବଂ ଶିଶୁ ମୃତ୍ୟୁ ହାର ରୋକିବା କଷ୍ଟକର ହୋଇପଡୁଛି। ସମସ୍ୟା ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ନିକଟରେ ଅଭିଯୋଗ ରହିଥିଲେ ମଧ୍ୟ ସେଥିପ୍ରତି କେହି ଦୃଷ୍ଟି ଦେଉ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri