Posted inଖେଳ

ଶୀଘ୍ର ଅଲିମ୍ପିକ୍ସ ଚାହୁଁଥିଲା ଟ୍ରାଇଥଲନ ପରିଷଦ

ଓ୍ବାଶିଂଟନ, ୩୧।୩(ଏପି)-
ଗ୍ରୀଷ୍ମକାଳୀନ ଉତ୍ତାପକୁ ଏଡ଼ାଇବା ପାଇଁ ଆସନ୍ତା ବର୍ଷ ଅଲିମ୍ପିକ୍ସ ଶୀଘ୍ର ହେଉ ବୋଲି ଟ୍ରାଇଥଲନ ପରିଚାଳନା ପରିଷଦ ଚାହୁଁଥିଲା। ମାତ୍ର ଘୋଷିତ ନୂଆ ତାରିଖକୁ ପରିଷଦ ଗ୍ରହଣ କରିଛି। ”ଉତ୍ତାପ କମ୍‌ ଥିବା ସମୟରେ ଅଲିମ୍ପିକ୍ସ ପାଇଁ ନୂଆ ତାରିଖ କରାଯାଉ ବୋଲି ଆମେ ଚାହୁଁଥିଲୁ। ମାତ୍ର ବିଭିନ୍ନ ଦୃଷ୍ଟିକୋଣକୁ ବିଚାରକୁ ନିଆଯାଇ ଯେଉଁ ସମୟ ଧାର୍ଯ୍ୟ କରାଯାଇଛି ସେଥିରେ ଆମେ ରାଜି“ ବୋଲି ଓ୍ବାଲର୍‌ଡ ଟ୍ରାଇଥଲନ ସଭାପତି ମାରିସୋଲ କାସାଡୋ ପ୍ରକାଶ କରିଛନ୍ତି। ଅଲିମ୍ପିକ୍ସ ପାଇଁ ଘୋଷିତ ନୂଆ ତାରିଖ ପ୍ରକ୍ରିୟାରେ ସମସ୍ତ ସ୍ପୋଟର୍‌ସ ଫେଡେରେଶନ ସାମିଲ ହୋଇଥିଲେ। ଆମ ସମସ୍ତଙ୍କ ସହଯୋଗରେ ଆସନ୍ତା ବର୍ଷ ଗ୍ରୀଷ୍ମକାଳୀନ ଅଲିମ୍ପିକ୍ସ ସଫଳ ରହିବା ନେଇ ମୁଁ ଦୃଢ଼ ଆଶାୟୀ ବୋଲି କାସାଡୋ କହିଛନ୍ତି। ପ୍ରକାଶ ଯୋଗ୍ୟ ଯେ ୨୦୨୧ ଜୁଲାଇ ୨୩ରୁ ଅଗଷ୍ଟ ୮କୁ ଅଲିମ୍ପିକ୍ସର ନୂଆ ତାରିଖ ଧାର୍ଯ୍ୟ କରାଯାଇଛି।
ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି ପକ୍ଷରୁ ମାରାଥନ ଏବଂ ରେସ୍‌ ଓ୍ବାକିଂ ପ୍ରତିଯୋଗିତାକୁ ଜାପାନର ନର୍ଦନ ସିଟି ସାପୋରୋକୁ ସ୍ଥାନାନ୍ତର କରାଯାଇଥିଲା। ଉତ୍ତାପ ଏଡ଼ାଇବା ପାଇଁ ଅଧିକାଂଶ ପ୍ରତିଯୋଗିତା ଭୋର ସମୟରେ କରାଯିବାକୁ ନିଷ୍ପତ୍ତି ହୋଇଥିଲା। ଟ୍ରାଇଥଲନରେ ରନିଂ ଥିଲେ ହେଁ ଏହା ଟୋକିଓରେ ଅନୁଷ୍ଠିତ ହେବ। ଟୋକିଓ ଅଲିମ୍ପିକ୍ସର ନୂଆ ତାରିଖକୁ ଆମେ ସମର୍ଥନ କରୁଛୁ ବୋଲି ଟ୍ରାକ୍‌ ଆଣ୍ଡ ଫିଲ୍ଡ ପରିଚାଳନା ପରିଷଦ ପକ୍ଷରୁ ପ୍ରକାଶ କରାଯାଇଛି। ଏଥିସହ ବିଶ୍ୱ ଚାମ୍ପିୟନଶିପ୍‌କୁ ୨୦୨୨କୁ ଘୁଞ୍ଚାଇବା କ୍ଷେତ୍ରରେ ଇଉଜେନି, ଓରେଗନ ଆୟୋଜକଙ୍କ ସହ କାମକରିବୁ ବୋଲି କୁହାଯାଇଛି। ସବୁକିଛି ନମନୀୟ ଏବଂ ସାଲିସ ଭିତ୍ତିରେ ହୋଇଛି ବୋଲି ଓ୍ବାଲର୍‌ଡ ଆଥଲେଟିକ୍ସ ପ୍ରକାଶ କରିଛି। ୨୦୨୧ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଅଗଷ୍ଟ ୬ରୁ ୧୫ ପର୍ଯ୍ୟନ୍ତ ହେବାର ଥିଲା। ଏ ସମ୍ପର୍କରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଓ ୟୁରୋପିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜକଙ୍କ ସହିତ ପରାମର୍ଶ ନିଆଯିବ। ଏହି ଦୁଇଟି ବଡ଼ ଟ୍ରାକ୍‌ ଇଭେଣ୍ଟ ୨୦୨୨ରେ ହେବାର କାର୍ଯ୍ୟସୂଚୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri