ଶୀତ ଅଧିବେଶନ ଆଗୁଆ ସରିବା ପ୍ରସଙ୍ଗ: ଏହାକୁ ଅଗଣତାନ୍ତ୍ରିକ, ରାଜ୍ୟ ବିରୋଧୀ କହିଲା ଭାଜପା

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ଆଗୁଆ ଶେଷ ହୋଇଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ। ଶୁକ୍ରବାର ଦଳୀୟ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଷ୍ଣୁ କହିଛନ୍ତି, ଏହା ଅଗଣତାନ୍ତ୍ରିକ ଓ ରାଜ୍ୟ ବିରୋଧୀ। ଏହାଛଡ଼ା ନିର୍ଦ୍ଧାରିତ କାର୍ଯ୍ୟ ଦିବସ ପୂର୍ବରୁ ଶୀତକାଳୀନ ଅଧିବେଶନ ବନ୍ଦ ରହିବା ସମ୍ପୂର୍ଣ୍ଣ ଭାବେ ମନମାନି ଓ ସ୍ବେଚ୍ଛାଚାରିତା। ନିର୍ଦ୍ଧିଷ୍ଟ ଦଳର ଚାପରେ ବାଚସ୍ପତି ଗୃହକୁ ବନ୍ଦ ରଖିଲେ। ସମ୍ପୂର୍ଣ୍ଣ ସମ୍ବେଦନହୀନ ଭାବେ ଓଡ଼ିଶା ସରକାର ଚାଲିଛି। ସ୍ମିତାରାଣୀ ଓ ଟୋକନ ଅବ୍ୟବସ୍ଥା ପ୍ରସଙ୍ଗ ସତ୍ତ୍ୱେ ସରକାର ଆଲୋଚନା କଲେ ନାହିଁ ବୋଲି ସେ କହିଛନ୍ତି। ସେହିଭଳି ରାଜ୍ୟ ସରକାର ହକିକୁ ଗୁରୁତ୍ୱ ଦେଉଥିବା ବେଳେ ପିଆଜକୁ ଦେଉ ନ ଥିବା ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ନଭେମ୍ବର ୧୩ରୁ ଆରମ୍ଭ ହୋଇଥିବା ଏହି ଅଧିବେଶନ ଡିସେମ୍ବର ୧୯ ଯାଏ ଚାଲିବାକୁ ଧାର୍ଯ୍ୟ କରାଯାଇଥିଲା। ଏଥିରେ ମୋଟ ୩୦ଟି କାର୍ଯ୍ୟଦିବସ ଥିଲା। ସେଥିରୁ ୨୫ଟି ସରକାରୀ ଓ ୫ଟି ବେସରକାରୀ କାର୍ଯ୍ୟ ଦିବସ ରହିଥିଲା। ତେବେ ୧୭ଦିନ ଆଗରୁ ଏହି ଅଧିବେଶନକୁ ବନ୍ଦ କରାଯାଇଛି। ଏହି ଅଧିବେଶନରେ ମୋଟ ୧୩ଟି କାର୍ଯ୍ୟଦିବସରେ ସୀମିତ ରହିଛି। ସେଥିରୁ ୧୨ଟି ସରକାରୀ ଓ ଗୋଟିଏ ବେସରକାରୀ ଦିବସ ଅନୁଷ୍ଠିତ ହୋଇଛି। ତେବେ ପ୍ରଥମ ଦିବସରେ ବିଧାନସଭାରେ ଅନୁମୋଦନ ପାଇଁ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଆଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri