ଶୀତ ନେଇ ୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପୁଣି ଶୀତର ପ୍ରକୋପ ବଢ଼ିଛି। ବର୍ଷା ଛାଡ଼ିବା ପରେ ତାପମାତ୍ରା ଧୀରେ ଧୀରେ ଖସିବାରେ ଲାଗିଛି। ବୁଧବାର ୬ ସ୍ଥାନରେ ପାରଦ ୧୦ଡିଗ୍ରୀ ତଳେ ରହିଥିଲା। ସୋନପୁରରେ ସର୍ବନିମ୍ନ ୭.୪ ଡିଗ୍ରୀ ତାପମାତ୍ରା ଥିବାବେଳେ ଅନୁଗୋଳ ୮, ବୌଦ୍ଧ ଓ ଫୁଲବାଣୀ ୯, ଟିଟିଲାଗଡ଼ ୯.୧ ଓ କେନ୍ଦୁଝର ୯.୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଏହାଛଡ଼ା ଦାରିଙ୍ଗବାଡ଼ି ୧୦, ଝାରସୁଗୁଡ଼ା ଓ ସମ୍ବଲପୁରରେ ୧୦.୪ ଡିଗ୍ରୀ ତାପମାତ୍ରା ରହିଥିଲା। ଗୁରୁବାର ପ୍ରବଳ ଶୀତ ନେଇ ଅନୁଗୋଳ, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଆଦି ୪ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ଦୁଇଦିନ ମଧ୍ୟରେ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଧୀରେ ଧୀରେ ୨ରୁ ୪ ଡିଗ୍ରୀ ପାରଦ ଖସିବ। ତେବେ ଆସନ୍ତା ୧୫ରୁ ୧୭ତାରିଖ ମଧ୍ୟରେ ବିଭିନ୍ନ ଜିଲାରେ ଘନ କୁହୁଡ଼ି ଆଚ୍ଛାଦିତ ହେବ। ବିଶେଷକରି ଉପକୂଳ ଓଡ଼ିଶା, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଅନୁଗୋଳ ଓ ଢେଙ୍କାନାଳ ଜିଲାରେ ଘନ କୁହୁଡ଼ି ପରିଲକ୍ଷିତ ହେବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିବା ସହ ସତର୍କ ସୂଚନା ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

ଚାଞ୍ଚଲ୍ୟ: ସତସଙ୍ଗ ବିହାର ପାର୍କ ନିକଟରେ ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ

ଭୁବନେଶ୍ୱର,୨୦ା୨: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଜଣେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସତସଙ୍ଗ ବିହାର ପାର୍କ ନିକଟରେ ଘଟିଥିବା ଏହି…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri