ଶୀତଦିନେ କମଳା ବେଶ୍‌ ସ୍ବାସ୍ଥ୍ୟପ୍ରଦ

ଶୀତଦିନେ ସ୍ବାସ୍ଥ୍ୟ ପାଇଁ କମଳା ବେଶ୍‌ ଲାଭଦାୟକ ହୋଇଥାଏ। କାରଣ ଏଥିରେ ପର୍ଯ୍ୟାପ୍ତ ପରିମାଣର ଭିଟାମିନ-ସି ରହିଥାଏ। ଏହା ଖାଇବା ପାଇଁ ଯେତିକି ସ୍ବାଦିଷ୍ଟ ସ୍ବାସ୍ଥ୍ୟ ଲାଗି ସେତିକି ହିତକାରକ। ଏହାକୁ ଖାଇବା ଦ୍ୱାରା କର୍କଟଠାରୁ ମଧୁମେୟ ପର୍ଯ୍ୟନ୍ତ ବିଭିନ୍ନ ରୋଗଜନିତ ସମସ୍ୟା ଦୂର ହୋଇଥାଏ। ଆସନ୍ତୁ ଜାଣିବା ଏହାର ଅନ୍ୟ ଉପକାରୀ ଗୁଣ ବିଷୟରେ।
*କମଳାରେ ପ୍ରଚୁର ଫାଇବର ରହିଥାଏ। ଏହାକୁ ଖାଇବା ଦ୍ୱାରା କୋଲେଷ୍ଟରଲ ସ୍ତର ଠିକ୍‌ ରହିଥାଏ। ଫଳରେ ହୃଦୟଜନିତ ସମସ୍ୟା ଦୂର ହୋଇଥାଏ।
* ଯେଉଁମାନଙ୍କର ଉଚ୍ଚ ରକ୍ତଚାପ ସମସ୍ୟା ରହିଛି ସେମାନେ ନିୟମିତ ଭାବେ କମଳା ଖାଇବା ଉଚିତ। କାରଣ ଏଥିରେ ପୋଟାସିୟମ୍‌ ଓ ମାଗ୍ନେସିୟମ୍‌ ରହିଥାଏ, ଯାହା ରକ୍ତଚାପକୁ ନିୟନ୍ତ୍ରଣରେ ରଖିଥାଏ।
*କମଳାରେ ଭିଟାମିନ-ସି ରହିଛି, ଯାହା ଏକ ଶକ୍ତିଶାଳୀ ଆଣ୍ଟିଅକ୍ସିଡାଣ୍ଟ ଭାବେ କାର୍ଯ୍ୟ କରିଥାଏ। ଏହାକୁ ନିୟମିତ ଖାଇବା ଦ୍ୱାରା କର୍କଟ ଭଳି ମାରାତ୍ମକ ରୋଗରୁ ମଧ୍ୟ ରକ୍ଷା ମିଳିଥାଏ।
*ଏହାକୁ ଖାଇବା ଦ୍ୱାରା ଗ୍ୟାସ୍‌ଟିକ, ଏସିଡି ଭଳି ସମସ୍ୟାରୁ ମୁକ୍ତି ମିଳିବା ସହ ଖାଦ୍ୟ ଭଲ ହଜମ ହୋଇଥାଏ।
*କମଳା ଶରୀରରେ ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇବା ସହ ଇମ୍ୟୁନି ସିଷ୍ଟମ୍‌କୁ ବୃଦ୍ଧି କରିଥାଏ। ଏହାକୁ ଖାଇବା ଦ୍ୱାରା ଥଣ୍ଡା, କାଶ ଓ ଭାଇରାଲ ସଂକ୍ରମଣରୁ ଉପଶମ ମିଳିଥାଏ।
* କମଳା ଜୁସ ପିଇବା ଦ୍ୱାରା ଶାରୀରିକ, ମାନସିକ ଅବସାଦ ଦୂର ହେବା ସହ ଫୂର୍ତ୍ତି ଅନୁଭବ ହୋଇଥାଏ।
* କମଳା କେବଳ ସ୍ବାସ୍ଥ୍ୟ ପାଇଁ ନୁହେଁ ବରଂ ମୁହଁ ଲାଗି ମଧ୍ୟ ଲାଭଦାୟକ। ଏହା ସୌନ୍ଦର୍ଯ୍ୟ ବୃଦ୍ଧି କରିବା ସହ ମୁହଁରେ ଉଜ୍ଜ୍ୱଳତା ଆଣିଥାଏ। ଏଥିରେ ଥିବା ଆଣ୍ଟିଅକ୍ସିଣ୍ଡାଣ୍ଟ ମୁହଁର ସମସ୍ତ ଦାଗକୁ ଦୂର କରିବା ସହ ଉଜ୍ଜ୍ୱଳ କରିଥାଏ। *ଏହାକୁ ଖାଇବା ସହ ଏହାର ଚୋପାକୁ ଶୁଖାଇ ଗୁଣ୍ଡରେ ଏକ ମିଶ୍ରଣ ତିଆରି କରି ମୁହଁରେ ଲଗାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ରାହୁ-କେତୁଙ୍କ କୃପାରୁ ସିଂହ ସମେତ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା: ବର୍ଷ ଶେଷ ସୁଦ୍ଧା ଧନଲାଭର ଯୋଗ! ହେବ ଏକ୍ସଟ୍ରା ରୋଜଗାର

ଭୁବନେଶ୍ୱର: ବର୍ଷ ଶେଷରେ ରାହୁ-କେତୁଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୫ ଡିସେମ୍ବର ୨୦୨୬ରେ ରାହୁ କୁମ୍ଭ ରାଶିରୁ ବାହାରି ମକର ରାଶିରେ…

ପ୍ଲେଇଂ ଇଲେଭେନ୍‌ରେ ବୈଭବଙ୍କୁ ଦେଖିବାକୁ ନ ପାଇ ଆଶ୍ଚର୍ଯ୍ୟ ହୋଇଗଲେ ଜାପାନ ଅଧିନାୟକ; କହିଲେ ଏମିତି…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିଲା।…

ହାରୁ ହାରୁ ମ୍ୟାଚ ଜିତିଗଲା ଭାରତ, ଦୀର୍ଘ ନିଃଶ୍ୱାସ ମାରି ଶ୍ରେୟସ ଆୟର କହିଲେ…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର (୨୨ ସେପ୍ଟେମ୍ବର) ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଐତିହାସିକ ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ହାରୁଥିବା ମ୍ୟାଚକୁ ଶେଷରେ ମାତ୍ର ୨…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?