ଶୀତଦିନେ ନିହାତି ଖାଆନ୍ତୁ ଗ୍ରୀନ୍‌ ମଟର

ସାଧାରଣତଃ ଶୀତଦିନେ ଗ୍ରୀନ୍‌ ମଟର ହୋଇଥାଏ। ଛୋଟରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ ସମସ୍ତେ ଏହାକୁ ଖାଇବାକୁ ପସନ୍ଦ କରିଥାନ୍ତି। ଏହା ସମସ୍ତ ପ୍ରକାରର ତରକାରିରେ ବ୍ୟବହାର କରିହୁଏ। ଅନେକେ ଏହାକୁ କଞ୍ଚା ଖାଇବାକୁ ମଧ୍ୟ ପସନ୍ଦ କରିଥାନ୍ତି। ତେବେ ଏହା କେବଳ ପାଟିକୁ ସୁଆଦିଆ ନୁହେଁ, ଏଥିରେ ଅନେକ ଭିଟାମିନ ସହିତ ଔଷଧୀୟ ଗୁଣ ଭରି ରହିଛି, ଯାହା ଶରୀର ପାଇଁ ଅତ୍ୟନ୍ତ ଭଲ।
* ଶୀତଦିନେ ଖାଦ୍ୟ ଠିକ୍‌ ଭାବେ ହଜମ ହୁଏନାହିଁ। ଏହି ସମସ୍ୟାକୁ ଠିକ କରିବାରେ ମଟର ସାହାଯ୍ୟ କରିଥାଏ। କାରଣ ମଟରରେ ଅଧିକ ପରିମାଣରେ ଫାଇବର୍‌ ଓ ପ୍ରୋଟିନ୍‌ ରହିଛି। ଫଳରେ ଏହା ପାଚନ କ୍ରିୟାକୁ ଠିକ୍‌ ରଖିଥାଏ। ଏଣୁ କୋଷ୍ଠକାଠିନ୍ୟ ସମସ୍ୟା ରୁହେନାହିଁ।
* ମଟରରେ ମ୍ୟାଗ୍ନେସିୟମ, ପୋଟାସିୟମ ଓ କ୍ୟାଲସିୟମ ରହିଛି। ଏସବୁ ତତ୍ତ୍ୱ ଉଚ୍ଚ ରକ୍ତଚାପ ଓ କୋଲେଷ୍ଟ୍ରଲ୍‌କୁ ନିୟନ୍ତ୍ରଣରେ ରଖିଥାଏ। ଫଳରେ ହୃଦ୍‌ଘାତର ଆଶଙ୍କା କମ୍‌ ହୋଇଥାଏ। ମଟର ମଧୁମେହ ରୋଗୀଙ୍କ ପାଇଁ ମଧ୍ୟ ଭଲ।
* ସେହିପରି ଏଥିରେ ଫୋଲିକ୍‌ ଏସିଡ୍‌ ମଧ୍ୟ ରହିଛି, ଯାହା ଗର୍ଭବତୀଙ୍କୁ ପୋଷଣ ଦେବାରେ ସହାୟକ ହୋଇଥାଏ।
*ଏଥିରେ ଥିବା ଭିଟାମିନ୍‌ ଓ ମିନେରାଲ୍ସ ରୋଗ ପ୍ରତିରୋଧକ ଶକ୍ତିକୁ ବୃଦ୍ଧି କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri