ଚାନ୍ଦବାଲି ଗାଁକୁ ପଶିଲା ଜୁଆର ପାଣି: ନଦୀକୂଳବାସୀ ଆତଙ୍କିତ, ଖରିଫ ଫସଲ ବାଧାପ୍ରାପ୍ତ ହେବା ଆଶଙ୍କା

ଆରଡି, ୨ା୭(ଡି.ଏନ.ଏ.)-ବଙ୍ଗୋପସାଗରରେ ଲଘୁଚାପ ଅବପାତ ରୂପ ନେବା ପରେ ଚାନ୍ଦବାଲି ଜିଲାରେ ଲଗାଣବର୍ଷା ଲାଗି ରହିଛି। ଚାନ୍ଦବାଲି ବ୍ଲକରେ ସର୍ବାଧିକ ବର୍ଷା ହୋଇଛି। ମଙ୍ଗଳବାର ଅମାବାସ୍ୟା ଯୋଗୁ ସମୁଦ୍ର ଅତ୍ୟନ୍ତ ଜୁଆରିଆ ରହିଛି। ମୁହାଣ ଦେଇ ବୈତରଣୀକୁ ଅଧିକ ଜୁଆର ପାଣି ପଶିିଛି। ଏ ନେଇ ବୈତରଣୀ ଓ ସାଳନ୍ଦୀ ମିଶ୍ରଣସ୍ଥଳ ସନ୍ନିକଟ ନଦୀକୂଳବାସୀ ଆତଙ୍କିତ ହୋଇପଡିଛନ୍ତି। ଆରଡି ପଞ୍ଚାୟତ ଶୀତଳପୁର ଗାଁକୁ ସାଳନ୍ଦୀ ନଦୀରେ ଆସିଥିବା ଜୁଆର ପାଣି ମାଡି ଯାଇଛି। ଲୁଣିପାଣି ମାଡିବାରୁ ଖରିଫ ଫସଲ ଗୁରୁତର ବାଧାପ୍ରାପ୍ତ ହେବା ଆଶଙ୍କା ଦେଖାଦେଇଛି।

ଶୀତଳପୁର ଗାଁ ଦାଣ୍ଡରେ ବର୍ଷା ଓ ଜୁଆର ପାଣି ଲହଡ଼ି ଭାଙ୍ଗୁଥିବା ଏବଂ ଗାଁ ରାସ୍ତା ବୁଡି ରହିଥିବାରୁ ମଙ୍ଗଳବାର ଛାତ୍ରୀଛାତ୍ର ବିଦ୍ୟାଳୟକୁ ଯାଇପାରି ନାହାନ୍ତି। ଜୁଆର ପାଣି ଛାଡିବାକୁ ୪ରୁ ୫ ଦିନ ଲାଗିବ ବୋଲି ଲୋକେ ଆଶଙ୍କା ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ନଦୀରେ ଥିବା କୁମ୍ଭୀର ଆକ୍ରମଣ ଭୟ ଯୋଗୁ ଲୋକମାନେ ନଦୀକୂଳ ରାସ୍ତାରେ ଯିବାକୁ ଡରୁଛନ୍ତି। କୁମ୍ଭୀର ଆକ୍ରମଣରୁ ରକ୍ଷା ପାଇବା ଲାଗି ପାରମ୍ପରିକ ବିଶ୍ୱାସ ଅନୁଯାୟୀ ଲୋକେ ନଦୀ କୂଳରେ ଡଙ୍ଗା ବାନ୍ଧି ରଖିଥିବା କହିଛନ୍ତି। ଏଥର ଲୁଣା ପାଣି ଦାରୁ ଗାଁକୁ ରକ୍ଷା କରିବା ଲାଗି ଗତ ଜାନୁୟାରୀରେ ସାଳନ୍ଦୀ ନଦୀ କୂଳରେ ଲୁଣାବନ୍ଧ ନିର୍ମାଣ ଆରମ୍ଭ ହୋଇଥିଲା ା ଶୀତଳପୁର ଗାଁ ନିକଟରେ ନଦୀବନ୍ଧରେ ମୁଠାଏ ମାଟି ପଡି ନ ଥିବାରୁ ଏବେ ଜୁଆର ପାଣି କ୍ଷତି ଘଟାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପ୍ରତିବର୍ଷ ଏଭଳି ସମସ୍ୟା ସୃଷ୍ଟି ହେଉଥିଲେ ମଧ୍ୟ ପ୍ରଶାସନ କେବଳ ବାଲିବସ୍ତା ପକାଇ ଅସ୍ଥାୟୀ ପଦକ୍ଷେପ ନେଉ ନ ଥିବାରୁ ଏହାର ସ୍ଥାୟୀ ପ୍ରତିକାର ହୋଇପାରୁ ନାହିଁ ା ଏଥର ବର୍ଷାଦିନ ଆରମ୍ଭରୁ ଜୁଆର ପାଣି ଗ୍ରାମବାସୀଙ୍କ ଆଖିରୁ ନିଦ ହଜାଇଛି ବୋଲି ଗ୍ରାମର ଅଧିବାସୀ ପ୍ରଦୀପ ନାୟକ କହିଛନ୍ତି। ଆରଡି ସରପଞ୍ଚ ଅରବିନ୍ଦ ପାଢୀଙ୍କୁ ପଚାରିବାରୁ ଗ୍ରାମବାସୀଙ୍କ ସହ ଆଲୋଚନା ପରେ ବାଲିବସ୍ତା ପକାଯିବା ଭଳି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri