Posted inଖେଳ

ଶୀର୍ଷରେ କୋହଲି, ଉପରକୁ ଉଠିଲେ ରାହାନେ

ଦୁବାଇ,୨୪।୧(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଆଇସିସି ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ଉପଅଧିନାୟକ ଅଜିଙ୍କ୍ୟ ରାହାନେ ଉପରକୁ ଉଠି ୮ମ ସ୍ଥାନ ଅଧିକାର କରିଛନ୍ତି। କୋହଲିଙ୍କ ନିକଟରେ ସର୍ବାଧିକ ୯୧୮ ପଏଣ୍ଟ ରହିଛି। ଦ୍ୱିତୀୟ ସ୍ଥାନରେ ଥିବା ଷ୍ଟିଭ ସ୍ମିଥଙ୍କଠାରୁ କୋହଲି ୧୭ ପଏଣ୍ଟ ଆଗରେ ଅଛନ୍ତି। ଚେତେଶ୍ୱର ପୂଜାରା ୭୯୪ ପଏଣ୍ଟ ସହ ୬ଷ୍ଠ ସ୍ଥାନରେ ରହିଛନ୍ତି। ସେହିଭଳି ୭୫୯ ପଏଣ୍ଟ ସହ ରାହାନେ ଟପ୍‌ ୧୦ରେ ତୃତୀୟ ଭାରତୀୟ ଭାବେ ସ୍ଥାନ ପାଇଛନ୍ତି। ବୋଲରଙ୍କ ମଧ୍ୟରେ ଯଶପ୍ରୀତ ବୁମରା ଶ୍ରେଷ୍ଠ ର଼୍ୟାଙ୍କଧାରୀ ବୋଲର। ସେ (୭୯୪ ପଏଣ୍ଟ) ୬ଷ୍ଠ ସ୍ଥାନରେ ରହିଛନ୍ତି। ରବିଚନ୍ଦ୍ରନ ଅଶ୍ୱିନ ୮ମ ସ୍ଥାନରେ ରହିଥିବାବେଳେ ମହମ୍ମଦ ଶାମି ଟପ୍‌ ୧୦ରେ ସ୍ଥାନ ପାଇଛନ୍ତି। ୪୩୮ ପଏଣ୍ଟ ସହ ରବୀନ୍ଦ୍ର ଜାଡେଜା ଅଲରାଉଣ୍ଡରଙ୍କ ତାଲିକାରେ ୩ୟ ସ୍ଥାନରେ ରହିଛନ୍ତି। ଶ୍ରୀଲଙ୍କାର ଆଞ୍ଜେଲୋ ମାଥ୍ୟୁସ ଟପ୍‌ ୨୦ ବ୍ୟାଟ୍ସମ୍ୟାନଙ୍କ ତାଲିକାକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଟେନସା/ବଣାଇଁ,୧୧।୪(ସମୀର କୁମାର ପାଢ଼ୀ/ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri