ଶୁକ୍ରବାର ବଦଳରେ ସୋମବାର ବସିବ କପଡ଼ା ବଜାର

ବରଗଡ଼ ଅଫିସ୍‌,୧୪ା୫- ବରଗଡ଼ ବ୍ଲକ ଅନ୍ତର୍ଗତ ବେହେରା ମାର୍କେଟ୍‌ ୟାର୍ଡ଼ରେ ପ୍ରତି ସପ୍ତାହର ଶୁକ୍ରବାର ଉଭୟ କୃଷକ ବଜାର ଏବଂ କପଡ଼ା ବଜାର ବସୁଥିଲା। ତେବେ ବର୍ତ୍ତମାନ କରୋନା ସଂକ୍ରମଣ ଭୟ ରହିଥିବାବେଳେ ଉକ୍ତ ବଜାରରେ ଅସମ୍ଭାଳ ଭିଡ଼ ଯୋଗୁ ସାମାଜିକ ଦୂରତା ରହୁ ନଥିବା ପରିଲକ୍ଷିତ ହୋଇଥିଲା । ଫଳରେ ସ୍ଥାନୀୟ ଗ୍ରାମବାସୀ ସେଠାରୁ କପଡ଼ା ବଜାର ବନ୍ଦ କିମ୍ବା ସ୍ଥାନାନ୍ତର ପାଇଁ ଦାବି କରି ଜିଲା ପ୍ରଶାସନକୁ ଫେରାଦ ହେବା ସହିତ ମୁଖ୍ୟମନ୍ତ୍ରୀଙ୍କୁ ଲେଖି ଜଣାଇଥିଲେ । ଗ୍ରାମବାସୀଙ୍କ ଦାବିକୁ ଦୃଷ୍ଟିରେ ଜିଲା ପ୍ରଶାସନ ଉକ୍ତ ବଜାରରେ ଉଭୟ କୃଷକ ବଜାର ଏବଂ କପଡ଼ା ବଜାର ପାଇଁ ପୃଥକ ଦିବସ ନିର୍ଦ୍ଧାରୀତ କରିଛନ୍ତି । ଅନ୍ୟାଦେଶ ପର୍ଯ୍ୟନ୍ତ ଏଣୁ ଏଣିକି ପ୍ରତି ଶୁକ୍ରବାର ବେହେରା ମାର୍କେଟ୍‌ ୟାର୍ଡ଼ରେ କୃଷକ ବଜାର ଏବଂ ପ୍ରତି ସୋମବାର କପଡ଼ା ବଜାର ବସିବ ବୋଲି ନିଷ୍ପତ୍ତି ନିଆଯାଇଛି । ବରଗଡ଼ ଜିଲା ନିୟନ୍ତ୍ରୀତ ବଜାର କମିଟିର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ ତାଙ୍କ ପତ୍ରସଂଖ୍ୟା- ୪୩୩ ତା୧୪।୫।୨୦୨୦ରିଖରେ ଏହା ଉଲ୍ଲେଖ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri