ଶୁକ୍ରବାରଠାରୁ ଧାନକିଣା, ଚାଷୀଙ୍କୁ ଅଡୁଆ ସମ୍ଭାବ୍ୟ ବାତ୍ୟା

ସୋନପୁର,୧୪ା୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ରବିଋତୁ ଧାନକିଣା ଶୁକ୍ରବାରଠାରୁ ଆରମ୍ଭ ହେବ। ଏଥିପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଅନ୍ୟପକ୍ଷେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବାକୁ ଯାଉଛି। ଏହାର ପ୍ରଭାବରେ ଓଡିଶାରେ ପ୍ରବଳ ବର୍ଷା ସହିତ ପବନ ବହିବାର ସମ୍ଭାବନା ରହିଛି। ତେଣୁ ଚାଷୀମାନେ ସେମାନଙ୍କ ଅମଳ ଧାନ ତୁରନ୍ତ ବିକ୍ରି କରିବାକୁ ଚାହୁଁଛନ୍ତି। ଚାଷୀଙ୍କ ସୁବିଧା ପାଇଁ ସପ୍ତାହକ ୭ ଦିନ ମଣ୍ଡିରେ ଚାଷୀଙ୍କ ଧାନକ୍ରୟ ପାଇଁ ଜିଲାସ୍ତରୀୟ ଧାନ ସଂଗ୍ରହ କ୍ରୟ କମିଟିରେ ନିଷ୍ପତ୍ତି ହୋଇଛି। ଏଥର ଲକ୍‌ଡାଉନ୍‌ ଯୋଗୁଁ କୃଷି ଶ୍ରମିକଙ୍କ ଅଭାବ ଦେଖାଯାଇଥିବା ବେଳେ ସାମାଜିକ ଦୂରତ୍ୱ ନେଇ କଟକଣା ଧାନ କିଣାବିକାକୁ ପ୍ରଭାବିତ କରିବାର ଆଶଙ୍କା ରହିଛି । ଏହି କଟକଣା ଚାଷୀଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ସୁବର୍ଣ୍ଣପୁର ଜିଲାରେ ୩୫ହଜାର ୯୭୭ହେକ୍ଟର ଜମିରେ ରବି ଧାନ ଚାଷ ହୋଇଥିଲା। ଧାନ ବିକ୍ରି ପାଇଁ ୨୮ହଜାର ୭୩୯ ଚାଷୀ ପଞ୍ଜିକୃତ ହୋଇଛନ୍ତି। ଧାନ କିଣାବିକା ପାଇଁ ସମୁଦାୟ ୮୭ଟି ମଣ୍ଡି ଖୋଲାଯିବାର ବ୍ୟବସ୍ଥା ହୋଇଛି। ଧାନ ସଂଗ୍ରହ ପାଇଁ ଏଥର ସୁବର୍ଣ୍ଣପୁର ଜିଲାର ୪୧ଟି ମିଲର୍ସଙ୍କୁ ସାମିଲ କରାଯାଇଛି। ଏକର ପ୍ରତି ୨୬କୁଇଣ୍ଟାଲ ହାରରେ ପ୍ରତି ମଣ୍ଡିକୁ ଦିନକୁ କେବଳ ୩୦ରୁ ୩୫ଜଣ ଚାଷୀ ସାମାଜିକ ଦୂରତ୍ୱ ରଖି ଧାନବିକ୍ରି ପାଇଁ ଆସି ପାରିବେ ବୋଲି ସରକାରଙ୍କ କଟକଣା ରହିଛି । ଏହା ସେମାନଙ୍କୁ ଅଡୁଆରେ ପକାଇବ ବୋଲି ଚାଷୀ ମହଲରେ ମତପ୍ରକାଶ ପାଇଛି। ଜିଲା ଯୋଗାଣ ଅଧିକାରୀ ବିବେକାନନ୍ଦ କୋରକୋରାଙ୍କୁ ପଚାରିବାରୁ ଶୁକ୍ରବାର ଧାନକ୍ରୟର ଶୁଭାରମ୍ଭ କରାଯିବ । ୨ରୁ ୩ ଦିନ ପରେ ଧାନକ୍ରୟ ସ୍ବାଭାବିକ ଭାବେ ଚାଲିବ। ଏ ସମ୍ପର୍କରେ ଅନଲାଇନ ଟୋକନ୍‌ ପାଇଥିବା ଚାଷୀଙ୍କୁ ପୂର୍ବରୁ ଜଣାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri