Posted inଖେଳ

ଶୁଟିଂ ବିଶ୍ୱକପ୍‌: ମନୁ-ସୌରଭଙ୍କୁ ସ୍ବର୍ଣ୍ଣ, ଭାରତର ଶ୍ରେଷ୍ଠ ପ୍ରଦର୍ଶନ

ରିଓ ଡି ଜେନିରୋ, ୩।୯ (ପି.ଟି.)- ଏଠାରେ ଅନୁଷ୍ଠିତ ଶୁଟିଂ ବିଶ୍ୱକପ୍‌ରେ ଭାରତର ଷ୍ଟାର୍‌ ଶୁଟର୍‌ ମନୁ ଭାକର ଓ ସୌରଭ ଚୌଧୁରୀ ଯୋଡ଼ି ମିକ୍ସଡ୍‌ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେହିଭଳି ଏହି ଇଭେଣ୍ଟରେ ଅଂଶଗ୍ରହଣ କରିଥିବା ଅନ୍ୟତମ ଭାରତୀୟ ଯୋଡ଼ିଦାର ଯଶସ୍ବିନୀ ଦେଶଓ୍ବାଲ ଓ ଅଭିଷେକ ବର୍ମାଙ୍କୁ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ଫାଇନାଲରେ ମନୁ-ସୌରଭ ଯୋଡ଼ି ୧୭-୧୫ ସ୍କୋରରେ ଯଶସ୍ବିନୀ-ଅଭିଷେକ ଯୋଡ଼ିଙ୍କୁ ପଛରେ ପକାଇ ପ୍ରଥମ ସ୍ଥାନ ହାସଲ କରିଥିଲେ। ଭାରତ ଏଥିସହ ଏହି ବିଶ୍ୱକପ୍‌ରେ ଶ୍ରେଷ୍ଠ ପ୍ରଦର୍ଶନ କରି ଏହାର ଅଭିଯାନ ଶେଷ କରିଛି। ପ୍ରତିଯୋଗିତାରେ ଭାରତ ୫ ସ୍ବର୍ଣ୍ଣ ଏବଂ ୨ଟି ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ସହ ମୋଟ୍‌ ୯ ପଦକ ଜିତି ଶୀର୍ଷ ସ୍ଥାନରେ ରହିଛି।
୧୦ ମିଟର ଏୟାର ରାଇଫଲ୍‌ରେ ବିଶ୍ୱର ଏକ ନମ୍ବର ମାନ୍ୟତା ପ୍ରାପ୍ତ ଶୁଟର୍‌ ଅପୂର୍ବୀ ଚାଣ୍ଡେଲା ଓ ତାଙ୍କ ପାର୍ଟନର ଦୀପକ କୁମାର ଏଥିପୂର୍ବରୁ ସୋମବାର ମିକ୍ସଡ୍‌ ଏୟାର ରାଇଫଲ୍‌ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ପ୍ରତିଯୋଗିତାରେ ଏହା ଭାରତ ପାଇଁ ୪ର୍ଥ ସ୍ବର୍ଣ୍ଣ ଥିଲା। ସେହିଭଳି ଅଞ୍ଜୁମ ମୌଦଗିଲ ଓ ଦିବ୍ୟାଶଂ ସିଂ ପନଓ୍ବର ମଧ୍ୟ ସେହି ସମାନ ଇଭେଣ୍ଟରେ ବ୍ରୋଞ୍ଜ ପଦକ ହାସଲ କରିଥିଲେ। ଏଥିସହ ଚଳିତ ବର୍ଷ ଅନୁଷ୍ଠିତ ହୋଇଥିବା ୪ଟି ଯାଇ ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ରେ ଭାରତ ପଦକ ତାଲିକାର ଶୀର୍ଷ ସ୍ଥାନ ହାସଲ କରିବାର ସୌଭାଗ୍ୟ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri