ଶୁଣାଣି ଉପରେ ହାଇକୋର୍ଟଙ୍କ ରହିତାଦେଶ

କଟକ ଅଫିସ,୧୬।୧୧: କଟକ ସ୍ବତନ୍ତ୍ର ବିଚାରପତିଙ୍କ ଅଦାଲତରେ ଚାଲିଥିବା ନକଲି ଔଷଧ କାରବାର ମାମଲାର ଶୁଣାଣି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ହାଇକୋର୍ଟଙ୍କ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ରହିତାଦେଶ ବଳବତ୍ତର ରହିବ। ଜଷ୍ଟିସ ଶଶିକାନ୍ତ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ରାୟ ଦେଇଥିବାବେଳେ ଆଇନଜୀବୀ ସତ୍ୟରଞ୍ଜନ ମୂଳିଆ ମାମଲା ପରିଚାଳନା କରୁଛନ୍ତି। ଆସନ୍ତା ଡିସେମ୍ବର ୧୩ରେ ପରବର୍ତ୍ତୀ ଶୁଣାଣି ହେବ।
ଆବେଦନକାରୀ ଶିବପ୍ରସନ୍ନ ଜେନା ତାଙ୍କ ପିଟିଶନରେ ଦର୍ଶାଇଥିଲେ, ତାଙ୍କ ନାମରେ ନକଲି ଔଷଧ କାରବାର ଅଭିଯୋଗରେ ଡ୍ରଗ୍ସ ଇନ୍ସପେକ୍ଟରଙ୍କ ପକ୍ଷରୁ କଟକ ଏସ୍‌ଡିଜେଏମ୍‌ଙ୍କ ଅଦାଲତରେ ଏକ ମାମଲା ରୁଜୁ ହୋଇଛି। ସେହିପରି ସମାନ ଅଭିଯୋଗରେ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ଏକ ମାମଲା ରୁଜୁ କରାଯାଇଛି। ସମ୍ପ୍ରତି କଟକ ସ୍ବତନ୍ତ୍ର ବିଚାରପତିଙ୍କ ନିକଟରେ ଏହି ମାମଲାର ଶୁଣାଣି ଚାଲିଛି। ଗୋଟିଏ ଅଭିଯୋଗ ଆଧାରରେ ୨ଟି ମାମଲା କରାଯାଇପାରିବ ନାହିଁ। ତେଣୁ କ୍ରାଇମବ୍ରାଞ୍ଚ ପକ୍ଷରୁ ହୋଇଥିବା ମାମଲା ରଦ୍ଦ କରାଯିବାକୁ ସେ ଗତ ଅଗଷ୍ଟ ୫ରେ ହାଇକୋର୍ଟଙ୍କୁ ପ୍ରାର୍ଥନା କରିଥିଲେ।
ସୂଚନାଯୋଗ୍ୟ, ଗତ ଜୁନ ୧୧ରେ କଟକ କନିକା ଛକ ନିକଟ ଶିବପ୍ରସନ୍ନଙ୍କ ଓଷଧ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡରେ ଡ୍ରଗ୍ସ କଣ୍ଟ୍ରୋଲର ଚଢ଼ାଉ କରି ୬୯ ଲକ୍ଷ ଟଙ୍କାର ନକଲି କରୋନା ଔଷଧ ଫାଭିପିରାଭିର ଏବଂ ଅନ୍ୟ କିଛି ଔଷଧ ଜବତ କରିଥିଲେ। ଏହି କମ୍ପାନୀ ମୁମ୍ବାଇର ମାକ୍ସ ରିଲିଫ ହେଲ୍‌ଥ କେୟାର କମ୍ପାନୀରୁ କମ୍‌ ଦାମରେ ଓଷଧ ଆମଦାନୀ କରୁଥିଲା। ଏପରି କି ଷ୍ଟ୍ରିପ ପିଛା ୬୫ ଟଙ୍କାରେ କିଣି ୧୨୯୦ ଟଙ୍କା ଲେଖାଏ ବିକ୍ରି କରିବାକୁ ଯୋଜନା କରୁଥିବା ତଦନ୍ତ ବେଳେ ଜଣାପଡିଥିଲା। ପରେ ନକଲି ଔଷଧ କାରବାର ଘଟଣାରେ ଜୁନ ୨୩ରେ ଉକ୍ତ କମ୍ପାନୀର ନିର୍ଦ୍ଦେଶିକା ଶୁଭଲକ୍ଷ୍ମୀ ଜେନାଙ୍କ ସମେତ ୨ କର୍ମଚାରୀ ଏବଂ ୨୪ରେ ଶିବପ୍ରସନ୍ନଙ୍କୁ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri