Posted inଖେଳ

ଶୁବମନ ଗିଲ ବାଦ୍‌ ପଡ଼ିବା ନେଇ ପ୍ରଶ୍ନ ଉଠାଇଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୨୪।୭- ଓ୍ବେଷ୍ଟଇଣ୍ଡିଜ ଗସ୍ତ ଲାଗି ଘୋଷିତ ଭାରତୀୟ ଦିନିକିଆ ଦଳରୁ ଭେଟେରାନ ଅଜିଙ୍କ୍ୟ ରାହାନେ ଓ ଯୁବ ବ୍ୟାଟ୍ସମ୍ୟାନ ଶୁବମନ ଗିଲ ବାଦ୍‌ ପଡ଼ିବା ଉପରେ ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ବୁଧବାର ପ୍ରଶ୍ନ ଉଠାଇଛନ୍ତି। ଚୟନ କମିଟି ସେମାନଙ୍କ ନୀତି ବଜାୟ ରଖୁ ନ ଥିବା ସେ କହିଛନ୍ତି। କ୍ରମାଗତ ପ୍ରଦର୍ଶନ କରିପାରୁ ନ ଥିବା କେଦାର ଯାଦବଙ୍କ ଦଳରେ ସ୍ଥାନ ବଜାୟ ରହିଥିବାବେଳେ ଓ୍ବେଷ୍ଟଇଣ୍ଡିଜ୍‌ ଏ’ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଅନ୍‌ ଅଫିସିଆଲ ସିରିଜ୍‌ରେ ସର୍ବାଧିକ ୨୧୮ ରନ୍‌ କରି ମ୍ୟାନ୍‌ ଅଫ୍‌ ଦ ସିରିଜ୍‌ ହୋଇଥିବା ଗିଲଙ୍କୁ ଦଳରେ ସ୍ଥାନ ମିଳିନାହିଁ। ଟୁଇଟର ଜରିଆରେ ଗାଙ୍ଗୁଲି କହିଛନ୍ତି, ସମସ୍ତ ଫର୍ମାଟ ଲାଗି ସମାନ ଖେଳାଳିଙ୍କୁ ଦଳରେ ସାମିଲ କରିବାର ସମୟ ଆସିଯାଇଛି। ଏହା ଦ୍ୱାରା ଖେଳାଳିଙ୍କ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବହୁ କମ୍‌ ଖେଳାଳି ୩ ଫର୍ମାଟରେ ଖେଳୁଛନ୍ତି। ବଡ଼ ଦଳଗୁଡ଼ିକରେ କ୍ରମାଗତ ସମସ୍ତ ଫର୍ମାଟରେ ଖେଳୁଥିବା ଖେଳାଳି ରହିଥାନ୍ତି। ଚୟନକର୍ତ୍ତାଙ୍କ ମୁଖ୍ୟ ଦାୟିତ୍ୱ ଲୋକଙ୍କୁ ଖୁସି କରିବା ନୁହେଁ ଦେଶ ଲାଗି ଶ୍ରେଷ୍ଠ ଦଳ ଚୟନ କରିବା। ଏହାର ପରବର୍ତ୍ତୀ ଟୁଇଟ୍‌ରେ ଗିଲ ଓ ରାହାନେ ଦିନିକିଆ ଦଳରେ ସ୍ଥାନ ନ ପାଇବା ଲାଗି ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଗିଲ ଓ୍ବେଷ୍ଟଇଣ୍ଡିଜ ଗସ୍ତ ଲାଗି ଦଳରେ ସ୍ଥାନ ପାଇ ନ ଥିବାରୁ ଦୁଃଖ ପ୍ରକାଶ କରିଛନ୍ତି। ଏମ୍‌ଏସ୍‌କେ ପ୍ରସାଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଚୟନ କମିଟି ଟି୨୦, ଦିନିକିଆ ଓ ଟେଷ୍ଟ ସିରିଜ୍‌ ଲାଗି ରବିବାର ଦଳ ଘୋଷଣା କରିଥିଲା। ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା, ବିରାଟ କୋହଲି, ରୋହିତ ଶର୍ମା, ଲୋକେଶ ରାହୁଲ ଓ ରିଷଭ ପନ୍ତଙ୍କ ବ୍ୟତୀତ ଅନ୍ୟ କୌଣସି ଖେଳାଳି ୩ ଫର୍ମାଟ ଲାଗି ଘୋଷିତ ଦଳରେ ସ୍ଥାନ ପାଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri