ଶୁଷ୍କ ତ୍ୱଚାକୁ କରନ୍ତୁନି ଅଣଦେଖା

ଶୀତଦିନେ ଅନେକଙ୍କଠାରେ ଶୁଷ୍କ ତ୍ୱଚା ସମସ୍ୟା ଦେଖିବାକୁ ମିଳିଥାଏ। ହେଲେ ଅନେକ ଲୋକ ଏହାକୁ ଅଣଦେଖା କରିଥାନ୍ତି। ଯଦ୍ଦ୍ବାରା ତ୍ୱଚା ସମ୍ବନ୍ଧୀୟ ଅନେକ ସମସ୍ୟା ଭୋଗିବାକୁ ପଡ଼ିଥାଏ। ତେଣୁ ତ୍ୱଚାକୁ ଶୁଷ୍କ ହେବାକୁ ନ ଦେବା ଏବଂ ନରମ ରଖିବା ଆବଶ୍ୟକ। ଏହାସହ ଡାକ୍ତରଙ୍କ ପରାମର୍ଶରେ ଶୁଷ୍କ ତ୍ୱଚାର ଅବିଳମ୍ବେ ଚିକିତ୍ସା କରାଇବା ଜରୁରୀ। ଏହାର ଶୀଘ୍ର ଚିକିତ୍ସା କରା ନ ଗଲେ ଚର୍ମ ସଂକ୍ରମଣ(ସ୍କିନ୍‌ ଇନ୍‌ଫେକ୍ସନ୍‌) ସମସ୍ୟା ମଧ୍ୟ ଉପୁଜିଥାଏ। ଜୀବାଣୁ ଜନିତ ସଂକ୍ରମଣ ଦ୍ୱାରା ଚର୍ମ ଲାଲ୍‌ ପଡ଼ିବା ସହ ରକ୍ତ ଓ ପୂଯ ବାହାରିବା, ଫୁଲିବା ଆଦି ଲକ୍ଷଣ ଦେଖାଯାଇଥାଏ। ଏହି ଲକ୍ଷଣ ଗୁଡ଼ିକ ଦେଖାଦେଲେ ତୁରନ୍ତ ଅଭିଜ୍ଞ ଡାକ୍ତରଙ୍କ ପରାମର୍ଶ ନେବା ଆବଶ୍ୟକ। ତେବେ ଶୁଷ୍କ ତ୍ୱଚା ସମସ୍ୟାରୁ ନିଜକୁ ଦୂରେଇ ରଖିବା ପାଇଁ ଗାଧୋଇବା ପରେ ନିୟମିତ ମଏଶ୍ଚରାଏଜର୍‌ କ୍ରିମ୍‌ ବ୍ୟବହାର କରିବା ଉଚିତ। ଏହାସହ କେତୋଟି ଗୁରୁତ୍ୱପୂର୍ଣ୍ଣ ବିଷୟ ଯଥା ଚର୍ମକୁ ବାରମ୍ବାର ନ କୁଣ୍ଡାଇବା, ଅତ୍ୟଧିକ ସମୟ ଏସି ରୁମ୍‌ରେ ନ ରହିବା, ଆବଶ୍ୟକ ଠାରୁ ଅଧିକ ଗରମ ପାଣିରେ ନ ଗାଧୋଇବା ଏବଂ ଡିଟର୍‌ଜେଣ୍ଟ ବ୍ୟବହାର ସମୟରେ ସତର୍କ ରହିବା ଉପରେ ଦୃଷ୍ଟିଦେଲେ ଶୁଷ୍କ ତ୍ୱଚାରୁ ରକ୍ଷା ପାଇପାରିବା। ସେହିପରି ଘରେ ଉପଲବ୍ଧ ନଡ଼ିଆତେଲ ଶୁଷ୍କ ତ୍ୱଚା ସମସ୍ୟାରେ ଭଲ କାମ କରିଥାଏ। ଏହା ବ୍ୟତୀତ ପେଟ୍ରୋଲିୟମ୍‌ ଜେଲି, ମହୁ ଏବଂ ଏଲୋଭେରା ଜେଲ୍‌ ବ୍ୟବହାର କରିବା ଦ୍ୱାରା ମଧ୍ୟ ଏହି ସମସ୍ୟାରୁ ରକ୍ଷା ମିଳିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri