ଶେରଗଡ଼ର କୌଣସି ଏଟିଏମ୍‌ରେ ନାହିଁ ଟଙ୍କା: ଗ୍ରାହକ ସେବା କେନ୍ଦ୍ର ପାଲଟିଛି ଭରସା, ଟଙ୍କା ପାଇଁ ଲୋକଙ୍କ ଭିଡ଼

ଶେରଗଡ଼,୧୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ରେ ଗତ କିଛି ଦିନ ହେଲା କୌଣସି ଏଟିଏମ୍‌ରେ ଟଙ୍କା ନାହିଁ। କେବଳ ବ୍ୟାଙ୍କରୁ ଗ୍ରାହକମାନେ ଟଙ୍କା ଉଠାଇ ନେଇପାରୁଛନ୍ତି। ଫଳରେ ଶେରଗଡ଼ ଓ ଆଖପାଖ ଅଞ୍ଚଳରେ ଟଙ୍କା ପାଇଁ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଗତ ଦୁଇଦିନ ହେଲା ଶେରଗଡ଼ରେ ଏପରି ବ୍ୟବସ୍ଥା ଲାଗି ରହିଥିବା ବେଳେ ସ୍ଥାନୀୟ ବଡ଼ ଦାଣ୍ଡ ସାହିରେ ଥିବା ଷ୍ଟେଟ ବ୍ୟାଙ୍କର ଗ୍ରାହକ ସେବା କେନ୍ଦ୍ର ସମସ୍ତଙ୍କ ସାଥି ସାଜି ସେବା ଯୋଗାଉଛି। ଫଳରେ ଏଠାରେ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଏଥିସହ ସମସ୍ତେ ଗ୍ରାହକ ସେବା କେନ୍ଦ୍ର ମାଲିକଙ୍କୁ ଧନ୍ୟବାଦ ଦେଇଛନ୍ତି। ସରକାର ପ୍ରତି ବ୍ୟାଙ୍କରେ ଓ ଏଟିଏମ୍‌ରେ ଟଙ୍କା ମହଜୁଦ ରଖିବାକୁ ନିର୍ଦ୍ଦେଶ ଦେଉଥିବା ବେଳେ ଉକ୍ତ ନିର୍ଦ୍ଦେଶନାମାକୁ ମାନୁ ନାହାନ୍ତି ବ୍ୟାଙ୍କ କର୍ତ୍ତୃପକ୍ଷ। ଫଳରେ ଏପରି ଅବସ୍ଥା ସୃଷ୍ଟି ହୋଉଛି। ଏଥିପ୍ରତି ଦୃଷ୍ଟିଦେବାକୁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ ବିଡିଓ ସୁରଞ୍ଜନ କୁମାର ସାହୁ କୁହନ୍ତି, ଆମେ ଏ ସମ୍ପର୍କରେ ଉପର ଅଧିକାରୀଙ୍କୁ ଜଣାଇଛୁ। ଖୁବ୍‌ଶୀଘ୍ର ଏହାର ବ୍ୟବସ୍ଥା କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri