Posted inରାଜ୍ୟ

ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ସେବା କରୁଥିବି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବରଗଡ଼ ଅଫିସ୍‌,୧୬।୪: କାଳିଆ ଯୋଜନାରେ ୪୦ଲକ୍ଷ ଚାଷୀ ଉପକୃତ ହେଲେଣି। ମାତ୍ର କେନ୍ଦ୍ରର ଭାଜପା ସରକାର ଏହି ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରିଛି। କିନ୍ତୁ ମୁଁ ଥିବା ପର୍ଯ୍ୟନ୍ତ କାଳିଆ ଯୋଜନାକୁ କେହି ବନ୍ଦ କରି  ପାରିବେ ନାହିଁ। ମଙ୍ଗଳବାର ବରଗଡ଼ ଲୋକମଣ୍ଡପ ପଡ଼ିଆରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। ସେ କହିଛନ୍ତି, ବିଜେଡି ସରକାର ଆସିବାର ପ୍ରଥମ ଦିନରେ ବାକି ସବୁ ଚାଷୀଙ୍କୁ ୨ଟି କିସ୍ତିର ୧୦ହଜାର ଟଙ୍କା ମିଳିବ। ସେହିପରି ଭାଜପା ନେତୃତ୍ୱାଧୀନ କେନ୍ଦ୍ରର ଏନ୍‌ଡିଏ ସରକାରକୁ ଟାର୍ଗେଟ୍‌ କରି ସେ ଏପରି କହିଛନ୍ତି। ଗତ ୨୦୧୪ ନିର୍ବାଚନୀ ଇସ୍ତାହାରରେ ଭାଜପା ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ଦୁଇଗୁଣା କରିବାକୁ କହିଥିଲା। କିନ୍ତୁ କିଛି ସୁଫଳ ମିଳି ନ ଥିଲା । ଅନ୍ୟପଟେ ୨୦୧୬ ମସିହାରେ ସେ କେନ୍ଦ୍ରକୁ ଲେଖିଥିବାବେଳେ ବିଧାନସଭା ଗୃହ କମିଟି ମଧ୍ୟ କେନ୍ଦ୍ରକୁ ଫେରାଦ ହୋଇଥିଲା । ମାତ୍ର ୨ବର୍ଷ ବିତିଗଲା ହେଲେ  ସେଥିପାଇଁ କେନ୍ଦ୍ର ସରକାର ୨ମିନିଟ୍‌ ସମୟ ଦେଲେ ନାହିଁ କି ଓଡ଼ିଶାର ୨ କେନ୍ଦ୍ରମନ୍ତ୍ରୀ ମଧ୍ୟ ସେଥିପ୍ରତି ମୁହଁ ଖୋଲିଲେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର

ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍‌ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ…

ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…

ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୪ ଗୁରୁତର

ପଦ୍ମପୁର,୬।୩(ପ୍ରଶାନ୍ତ କୁମାର କର) ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଅଧୀନ ଖିଲାପଦର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri