ଶେଷ ସମିଆରେ ମିଲ୍‌ଲା ଭତା: ଜୀବନ ମରନ୍‌ ସଂଗେ ଯୁଝୁଛନ୍‌ ହେମ

ଅତାବିରା, ୧୬।୧୨ (ଡି.ଏନ୍‌.ଏ.)- ସରକାର ଗରିବ୍‌ ଦୁଖିକର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଯୋଜନାକେ କାଯ୍‌କାରୀ କରୁଥିବାର ଅଧ୍‌କାରୀ, କରମ୍‌ଚାରୀକଁର ଅଁାତରିକତା ଅଭାବୁ ଅନେକ ଲୋକ୍‌ ଯୋଜନାର ସୁଫଲ ପାଏବାରୁ ବଁଚିତ୍‌ ହେଉଛନ୍‌। ଏନ୍‌ତା କି ସେମାନେ ମଲା ସମିଆ ତକ୍‌ ସରକାରୀ ସୁବିଧାରୁ ବଁଚିତ୍‌ ରହୁଛନ୍‌। ଏନ୍‌ତା ଗୁଟେ ତାଜା ଉଦାହରନ୍‌ ଦେଖ୍‌ବାକେ ମିଲିଛେ ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ରେ।
ସୂଚନା ହିସାବେ ଦେଶଭଟିଲି ପଁଚେତ୍‌ ଉଦେପୁର ଗଁାର ହେମ ଦନ୍ତା(୮୦)। ଆପ୍‌ନେ ଅନେକ ବଛର ହେଲା ଆରପାରକେ ଚାଲିଯାଇଛନ୍‌। ସେନ୍‌ତା ବଏସ୍‌ ଅଧ୍‌କା ଲାଗି ହେମ ବି ଠିକ୍‌ସେ ଚାଲବୁଲ କରି ନାଇଁ ପାରୁଥାଇ। ହେଲେ ସେ ସରକାରକଁର ଭତା ଯୋଜନାରୁ ବଁଚିତ୍‌ ହେଇ ରହିଥିଲେ। ଇ ବାବ୍‌ଦେ ଅକ୍ଟୋବର ମାସେ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ଟିକିନିଖିନୁ ଖବର ବାହାରିଥିଲା। ଖବର ବାହାରଲାରୁ ଭେଡ଼େନ ବ୍ଲକ ବିଡିଓ ମୁରଲୀଧର ନାୟକକଁର ନିରଦେଶରେ ପଁଚେତ୍‌ କତୁରପକ୍ଷ ହେମକୁଁ ଭତା ଯୁଗେଇ ଦେବାର ଲାଗି ପଦକ୍ଷେପ ନେଇଥିଲେ। ହେଲେ ଏହେଦେ ବୁରୁଧ୍‌ ହେମକଁର ଦିହିପା ବହୁତ୍‌ ଖରାପ ଅଛେ। ସେ ଖଟେ ପଡ଼ି ରହିଛନ୍‌। ଦେଖି ନାଇଁ ପାରବାର କି ଶୁନି ନାଇଁପାରବାର। ଘରର ଲୋକ୍‌ ନାକ୍‌ବାଟେ ପାଇପ୍‌ରେ ତରଲ ଖାଏଦ୍‌ ଦେଉଛନ୍‌। ଗୁଟେପରକାର ଏହେଦେ ସେ ଜୀବନ୍‌ ମରନ୍‌ ସଂଗେ ଯୁଝୁଛନ୍‌। କେତେବେଲେ କାଣା ହେବା କିଛି କହି ନାଇଁ ହେବାର। ଇ ସମିଆରେ ରଏବାର ବିଭାଗୀୟ କରମ୍‌ଚାରୀମାନେ ହେମକଁର ଘରେ ପୁହୁଁଚି ତାହାକୁ ନଭେମ୍ବର ମାସର ୫ଶହ ଟଁକା ଭତା ଆର ପାସ୍‌ ବହି ଦେଇଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri