ଶେଷ ୪ ରାଉଣ୍ଡରେ ବଦଳିଗଲା ଫଳାଫଳ

ଉଦଳା,୨୫ା୫ (ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନମଣ୍ଡଳୀରେ ଭାଜପାର ଭାସ୍କର ମଢେଇ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିିଜେଡିର ଶ୍ରୀନାଥ ସୋରେନ୍‌ଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି। ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଏବଂ ଭାଜପା ମଧ୍ୟରେ କଡା ଟକ୍କର ହୋଇଥିଲା । ୨୫ ଟି ରାଉଣ୍ଡ ଗଣତି ମଧ୍ୟରୁ ୨୦ ରାଉଣ୍ଡ ପର୍ଯ୍ୟନ୍ତ ଶ୍ରୀନାଥ ୨୧୧୦ ଖଣ୍ଡ ଭୋଟ ପାଇ ଭାଜପାର ଭାସ୍କରଙ୍କଠାରୁ ଆଗରେ ରହିଥିଲେ। ୨୧ ରାଉଣ୍ଡ ପରେ ଭାସ୍କର ବିଜେଡିକୁ ଟକ୍କର ଦେବା ଆରମ୍ଭ କରିଥିଲେ। ୨୫ ରାଉଣ୍ଡ ସୁଦ୍ଧା ସେ ୧୦୭୦ ଖଣ୍ଡ ଭୋଟରେ ଆଗରେ ରହିଥିଲେ। ଏହି ଭୋଟ ବ୍ୟବଧାନକୁ ଅଧିକ ବଢାଇଥିଲା ପୋଷ୍ଟାଲ୍‌ ଭୋଟ । ଶେଷରେ ଶ୍ରୀନାଥଙ୍କୁ ୧୪୩୩ ଖଣ୍ଡ ଭୋଟରେ ଭାସ୍କର ପରାସ୍ତ କରି ବାଜିମାତ କରିଥିଲେ। ଶୁକ୍ରବାର ଭାଜପା ପକ୍ଷରୁ ଏକ ବିଜୟ ଶୋଭାଯାତ୍ରା ଉଦଳା ବଜାର ପରିକ୍ରମା କରିଥିଲା। ଭାସ୍କର ତାଙ୍କ ପ୍ରତିକ୍ରିୟାରେ ଏହି ବିଜୟର ଶ୍ରେୟ ଭୋଟରଙ୍କୁ ଦେଇଛନ୍ତି। ଆଗାମୀ ଦିନରେ ସେ ଉଦଳା ନିର୍ବାଚନମଣ୍ଡଳୀରେ ପର୍ଯ୍ୟଟନ, ରେଳବାଇ, ଶିକ୍ଷା, ସ୍ବାସ୍ଥ୍ୟ ଆଦି କ୍ଷେତ୍ର ପ୍ରତି ଗୁରୁତ୍ୱ ଦେବା ସହିତ ଜନସାଧାରଣଙ୍କ ସମସ୍ୟାକୁ ପ୍ରାଧାନ୍ୟ ଦେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

୩୧ ଦିନ ପରେ ଉଦୟ ହେଲେ ବୁଧ: ବୃଷ ସମେତ ୫ ରାଶିଙ୍କ ଉପରେ ଧନବର୍ଷା! ଘର-ଗାଡ଼ି କିଣିବାର ରହିଛି ଯୋଗ

ଭୁବନେଶ୍ୱର: ୩୧ ଦିନ ଅସ୍ତ ରହିବା ପରେ ୨୦୨୬ ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟା ୬ଟା ୫୫ ମିନିଟରେ ଉଦୟ ହୋଇଛନ୍ତି ବୁଧ। ଜ୍ୟୋତିଷାଚାର୍ଯ୍ୟଙ୍କ ମତରେ, ମଙ୍ଗଳ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?