Posted inଖେଳ

ଶେଷରେ ଜିତିଲେ କୋହଲି

ନୂଆଦିଲ୍ଲୀ,୨୩।୧୨- ଚଳିତବର୍ଷ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉପଅଧିନାୟକ ରୋହିତ ଶର୍ମାଙ୍କ ମଧ୍ୟରେ ଚାଲିଥିବା ଦୌଡ଼ ଶେଷ ହୋଇଛି। ରୋହିତଙ୍କୁ ପଛରେ ପକାଇ କୋହଲି ୨୦୧୯ରେ ଅନ୍ତର୍ଜାତୀୟ ସ୍ତରରେ ସର୍ବାଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନ ହେବାର ରେକର୍ଡ କରିଛନ୍ତି। ଚଳିତବର୍ଷ କୋହଲି ମୋଟ ୨,୪୫୫ ରନ୍‌ କରିଥିବାବେଳେ ମାତ୍ର ୧୩ ରନ୍‌ ପଛରେ ରହି ଯାଇଛନ୍ତି ରୋହିତ। କୋହଲି ୨୬ ଦିନିକିଆରେ ୧୩୭୭ ରନ୍‌ କରିଥିବାବେଳେ ୮ ଟେଷ୍ଟରେ ୬୧୨ ରନ୍‌ ଓ ୧୦ ଟି୨୦ରେ ୪୬୬ ରନ୍‌ କରିଛନ୍ତି। ସେହିଭଳି ରୋହିତ ୨୮ ଦିନିକିଆ ମ୍ୟାଚ୍‌ରେ ୧୪୯୦, ୫ ଟେଷ୍ଟରେ ୫୫୬ ଓ ୧୪ ଟି୨୦ ଖେଳି ୩୯୬ ରନ୍‌ ହାସଲ କରିଛନ୍ତି। ଏହି ତାଲିକାରେ ପାକିସ୍ତାନର ବାବର ଆଜମ ତୃତୀୟ ସ୍ଥାନରେ ରହିଛନ୍ତି। ତାଙ୍କ ପଛକୁ ନ୍ୟୁଜିଲାଣ୍ଡର ରସ ଟେଲର (୧୮୨୦) ଓ ଇଂଲଣ୍ଡର ଜୋ ରୁଟ (୧୭୯୦) ଟପ୍‌ ୫ରେ ରହିଛନ୍ତି। ତେବେ ଚଳିତବର୍ଷ କେବଳ ଦିନିକିଆରେ ସର୍ବାଧିକ ରନ୍‌ କରିବାରେ ରୋହିତ ଶୀର୍ଷ ସ୍ଥାନ ଅଧିକାର କରି ବର୍ଷ ଶେଷ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri