ଶୋଇଥିବା ଅବସ୍ଥାରେ ଭୁଶୁଡ଼ିଲା ଝିକର ଛପରଘର: ଜଣେ ଗୁରୁତର

ଦିଗପହଣ୍ଡି,୨୪।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ଗାଁ ପଞ୍ଚାୟତ ବାରିତଳା ଗ୍ରାମର ସନ୍ତୋଷ ଗୌଡଙ୍କ ଝିକର ଛପରଘର ରବିବାର ଭୋର ସମୟରେ ଭୁଶୁଡିପଡ଼ିଛି। ଏହା ତାଙ୍କ ସ୍ତ୍ରୀ ସୁଜାତାଙ୍କ ଉପରେ ପଡ଼ିବା ଯୋଗୁ ସେ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସାମାନ୍ୟ ସୁଧାର ଆସିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଭୋରୁ ହଠାତ୍‌ ଛପର ଭାଙ୍ଗି ସୁଜାତାଙ୍କ ଉପରେ ପଡ଼ିଯିବାରୁ ସେ ଗୁରୁତର ହୋଇଥିଲେ। ତେବେ ପାଖରେ ଶୋଇଥିବା ଝିଅ ଓ ସନ୍ତୋଷ ଅଳ୍ପକେ ବର୍ତ୍ତିଯାଇଥିଲେ। ସନ୍ତୋଷ ପଡୋଶୀଙ୍କ ସହାହତାରେ ତାଙ୍କୁ ଉଦ୍ଧାର କରି ମେଡିକାଲ ନେଇଥିଲେ। ତେବେ ଖମାରୀ ଗାଁ ପଞ୍ଚାୟତ ସରପଞ୍ଚ ସନ୍ତୋଷ କୁମାର ପାତ୍ର ଘଟଣାସ୍ଥଳରେ ପହଞ୍ଚି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁଙ୍କୁ ଜଣାଇଥିଲେ। ତହସିଲଦାରଙ୍କ ନିର୍ଦ୍ଦେଶ କ୍ରମେ ରାଜସ୍ବ ନିରୀକ୍ଷକ ସନ୍ତୋଷଙ୍କ ଘରେ ପହଞ୍ଚି ସବିଶେଷ ତଦନ୍ତ ରିପୋର୍ଟ ପ୍ରଦାନ କରିଥିବା ଜଣାପଡିଛି। ଗରିବ ଅସହାୟ ସନ୍ତୋଷଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇଦେବାକୁ ସରପଞ୍ଚ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri