Posted inଜାତୀୟ

ଶୋପିଆନରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୧୭।୪: ଗୋଟିଏ ପଟେ ସାରା ବିଶ୍ୱ କରୋନା ଭାଇରସ୍‌ ସଂକ୍ରମଣ ସଙ୍କଟରେ ଗତି କରୁଥିବା ବେଳେ ଅନ୍ୟପଟେ ଆତଙ୍କବାଦୀ ନିଜ ମନ୍ଦ ବୁଦ୍ଧିରୁ ବାଦ୍‌ ପଡ଼ୁନାହାନ୍ତି। ଶୁକ୍ରବାର ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। ଏହି ଏନ୍‌କାଉଣ୍ଟରରେ ୨ଆତଙ୍କବାଦୀ ନିହତ ହୋଇଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ଶୋପିଆନ ଜିଲା ଦାଇରୁ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ଖବର ସେନାଙ୍କୁ ବିଶ୍ୱସ୍ତ ସୂତ୍ରରୁ ମିଳିଥିଲା। ଏହାପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ୍‌ କରିଥିଲେ। ସୁରକ୍ଷାକର୍ମୀଙ୍କୁ ଦେଖି ଆତଙ୍କବାଦୀମାନେ ଭୟଭୀତ ହୋଇ ପ୍ରଥମେ ଆଖିବୁଜା ଗୁଳିଚାଳନା କରିଥିଲେ। ଏହା ପ୍ରତି ଜବାବରେ ସୁରକ୍ଷାକର୍ମୀ ମଧ୍ୟ ଗୁଳିଚାଳନା କରିଥିଲେ। ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ଟଳିପଡ଼ିଥିଲେ। ଅପରପକ୍ଷେ ଅନ୍ୟ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ଜମ୍ମୁ-କଶ୍ମୀର ପୋଲିସ, ସେନା ଓ ସିଆରପିଏଫ୍‌ ଯବାନ ମିଳିତଭାବେ ସର୍ଚ୍ଚ ଅପରେଶନ୍‌ ଜାରି ରଖିଛନ୍ତି। ଏବେ ବି ଘଟଣାସ୍ଥଳରେ ଗୁଳି ବିନିମୟ ଜାରି ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri