Posted inଜାତୀୟ

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୪ ଆତଙ୍କବାଦୀ ନିହତ

ଶ୍ରୀନଗର,୨୩।୬: ଜମ୍ମୁ-କଶ୍ମୀର ଶୋପିଆନ୍‌ ଜିଲାରେ ରବିିବାର ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୪ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଦକ୍ଷିଣ କଶ୍ମୀରର କିଗମ୍‌ର ଦରମଦୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଭୋର୍‌ ସମୟରେ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲେ ମଧ୍ୟ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ମାଡ଼ କରିଥିଲେ। ଏହାର ଜବାବ୍‌ରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ ହୋଇଥିବା ସୁରକ୍ଷା ମୁଖପାତ୍ର ସୂଚନା ଦେଇଛନ୍ତି। ସୁରକ୍ଷାକର୍ମୀ ଏଠାରେ ଥିବା ଆତଙ୍କବାଦୀ ଶିବିରକୁ ଧ୍ୱଂସ କରିଦେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ବଡ଼ ଆଲର୍ଟ ଜାରି କଲା RBI, ଚିନି-ପିଆଜ ପରେ ଆହୁରି ମହଙ୍ଗା ହେବ…

ନୂଆଦିଲ୍ଲୀ, ୨୬।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୫ ଅଗଷ୍ଟ ୨୦୨୬ରେ ଜାରି କରିଥିବା ନିଜର ମାସିକ ବୁଲେଟିନ୍‌ରେ ଅଗଷ୍ଟ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri