ଶୋଭାଯାତ୍ରାରେ ଶକ୍ତି ପ୍ରଦର୍ଶନ

ଢେଙ୍କାନାଳ ଅଫିସ, ୨୩।୩ – ସରିଛି ପ୍ରଚାର। ପ୍ରତିଶ୍ରୁତି ଦେଇ ଭୋଟରଙ୍କ ନିକଟତର ହୋଇଛନ୍ତି ନେତା। ଏବେ ଅପେକ୍ଷା ୨୪ ତାରିଖରେ ହେବାକୁ ଥିବା ମତଦାନକୁ। ମଙ୍ଗଳବାର ପ୍ରଚାରର ଶେଷ ଦିନରେ ଢେଙ୍କାନାଳ ପୌରାଞ୍ଚଳରେ ବିଶାଳ ଶୋଭାଯାତ୍ରା ମାଧ୍ୟମରେ ଶକ୍ତି ପ୍ରଦର୍ଶନ କରିଛନ୍ତି ଉଭୟ ବିଜେଡି ଏବଂ ଭାଜପା। ପାରମ୍ପରିକ ବାଦ୍ୟ, ରୋଡ୍‌ ଶୋ’ରେ ସହର ପରିବେଶ ପ୍ରକମ୍ପିତ ହୋଇଉଠିଥିଲା।
ସହର ଉପକଣ୍ଠ କୋରିଅଁା ବାଇପାସ୍‌ଠାରୁ ଅପରାହ୍ନ ସାଢ଼େ ୩ଟାରେ ବିଜେଡିର ବିଶାଳ ଶୋଭାଯାତ୍ରା ବିଧାୟକ ସୁଧୀର କୁମାର ସାମଲଙ୍କ ନେତୃତ୍ୱରେ ବାହାରିଥିଲା। ଜିଲା ପର୍ଯ୍ୟବେକ୍ଷକ ବିଜୟ ନାୟକ, ଜିଲା ପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ପୁହାଣ, ସାମାଜିକ କର୍ମୀ ଗଙ୍ଗାଧର ସାମଲ, ଦୀପକ ମିଶ୍ର, ପୂର୍ବତନ ନଗରପାଳ ସୁଧାଂଶୁ କୁମାର ଦଳେଇ, ଇନ୍ଦ୍ରମଣି ବେହେରା, ନଗରପାଳ ପ୍ରାର୍ଥତ୍ନୀ ଅନିମା ନାୟକଙ୍କ ସମେତ ସମସ୍ତ ୨୩ ୱାର୍ଡର ଦଳୀୟ କାଉନ୍‌ସିଲର ପ୍ରାର୍ଥୀ ଏଥିରେ ସାମିଲ ହୋଇଥିଲେ। ଛାତ୍ର, ଯୁବ ଏବଂ ମହିଳା ସଙ୍ଗଠନର ହଜାର ହଜାର ସଂଖ୍ୟାରେ କର୍ମୀ ମଧ୍ୟ ଏଥିରେ ଅଂଶଗ୍ରହଣ କରିଥିଲେ।
ସେହିପରି ଭାଜପା ପକ୍ଷରୁ ହାଟରୋଡ୍‌ଠାରୁ ଶୋଭାଯାତ୍ରା ବାହାରି କାଲଟାକ୍ସ, ବାଜିଚୌକ ଦେଇ ସହର ପରିକ୍ରମା କରି କୁଞ୍ଜକାନ୍ତ ପର୍ଯ୍ୟନ୍ତ ଯାଇଥିଲା। ବରିଷ୍ଠ ନେତା ରୁଦ୍ରନାରାୟଣ ପାଣି, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଭୂତି ଭୂଷଣ ପ୍ରଧାନ, ରାମଚନ୍ଦ୍ର ପାତ୍ର, ନବକିଶୋର ଗୁରୁ, ମାତୃପ୍ରସାଦ ନନ୍ଦ, ସୁନୀଲ ଶର୍ମା, ବିଷ୍ଣୁ ପ୍ରସାଦ ଲେଙ୍କାଙ୍କ ସମେତ ଭାଜପା ନଗରପାଳ ପ୍ରାର୍ଥତ୍ନୀ ଜୟନ୍ତୀ ପାତ୍ର, ସମସ୍ତ ୨୩ ଓ୍ବାର୍ଡର କାଉନ୍‌ସିଲର ପ୍ରାର୍ଥୀ, ଭାଜପା ସହିତ ଜଡ଼ିତ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତାମାନେ ଏଥିରେ ସାମିଲ ହୋଇ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାକୁ ନିବେଦନ କରିଥିଲେ। ସୂଚନାଯୋଗ୍ୟ, ପୌର ନିର୍ବାଚନ ପାଇଁ ଗୁରୁବାର ଭୋଟଗ୍ରହଣ ହେବ। ୨୩ଟି ୱାର୍ଡରେ ମୋଟ ୫୧,୧୬୧ଜଣ ଭୋଟର ଥିବାବେଳେ ସେମାନଙ୍କ ଲାଗି ୫୩ ବୁଥ୍‌ କରାଯାଇଛି। ବୁଧବାର ପୋଲିଂ ପାର୍ଟି ବୁଥ୍‌କୁ ଯିବେ। ଏଥିଲାଗି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri