ଶ୍ମଶାନ ଜମିରେ ଶବଦାହ ପିଣ୍ଡି ଭଙ୍ଗାକୁ ନେଇ ସୁନାଖଳାରେ ଉତ୍ତେଜନା: ଗ୍ରାମବାସୀଙ୍କ ଜାତୀୟ ରାଜପଥ ଅବରୋଧ

ରଣପୁର,୫।୬(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ଅନ୍ତର୍ଗତ ରମ୍ଭାପଲ୍ଲୀ ଗ୍ରାମ ଠାରେ ଥିବା ଏକ ଶ୍ମଶାନ ଜମିକୁ ଜଣେ ବ୍ୟକ୍ତି ବହୁଦିନ ହେଲା ଜବରଦଖଲ କରିଛନ୍ତି। ଏଥିସହ ସେଠାରେ ଥିବା ଶବଦାହ ପିଣ୍ଡିକୁ ମଙ୍ଗଳବାର ଭାଙ୍ଗି ଦେଇଛନ୍ତି। ଏ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ରାତ୍ର ସାଢେ ୧୦ଟାରୁ ଗ୍ରାମବାସୀ ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ.ଜାତୀୟ ରାଜପଥ ଉପରେ ଟାୟାର ଜାଳି ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହଶହ ଗାଡି ଅଟକି ରହିଛି।
ପ୍ରକାଶ ଯେ, ରମ୍ଭାପଲ୍ଲୀ ଗ୍ରାମର ଜଣେ ଜମି ବେପାରୀ ଗ୍ରାମରେ ଥିବା ଶ୍ମଶାନକୁ ବହୁଦିନ ଧରି ଅକ୍ତିଆର କରି ରଖିଥିଲେ। ଏହାକୁ ଗ୍ରାମବାସୀ ବିରୋଧ କରି ସ୍ଥାନୀୟ ଫାଣ୍ଡି ଠାରୁ ଆରମ୍ଭ କରି ଜିଲାପାଳଙ୍କ ପର୍ଯ୍ୟନ୍ତ ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳି ନଥିଲା। ମଙ୍ଗଳବାର ସମ୍ପୃକ୍ତ ଜମି ବେପାରୀ ଶ୍ମଶାନରେ ଥିବା ଶବଦାହ ପିଣ୍ଡିର କାନ୍ଥ ଗୁଡିକ ଭାଙ୍ଗି ଦେଇଥିଲେ। ଏ ନେଇ ଗ୍ରାମବାସୀ ଫାଣ୍ଡିରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ ଅଭିଯୋଗ ଗ୍ରହଣ କରି ନଥିଲା ବରଂ ଗ୍ରାମବାସୀଙ୍କୁ ଧମକ ଚମକ ଦେଇଥିଲା। ଏହାର ପ୍ରତିବାଦରେ ଉତ୍ତ୍ୟକ୍ତ ପ୍ରାୟ ୫ହଜାରରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଟାୟାର ଜାଳି ଜାତୀୟ ରାଜପଥ ଅବରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?