ଶ୍ମଶାନରେ ମୃତଦେହ ସଂସ୍କାରକୁ ନେଇ ବିବାଦ : ରାସ୍ତାରୋକୋ କଲେ ଗ୍ରାମବାସୀ

ଖଣ୍ଡପଡ଼ା,୪ା୧୧(ସ୍ବ.ପ୍ର.): ଶ୍ମଶାନରେ ମୃତଦେହ ସଂସ୍କାରକୁ କେନ୍ଦ୍ର କରି ଖଣ୍ଡପଡା ବ୍ଲକ ବେଣାଗାଡିଆ ପଞ୍ଚାୟତର ମୁରାରୀପୁର ଓ ପଥରଦ୍ୱାର ଗ୍ରାମ ମଧ୍ୟରେ ବିବାଦ ଦେଖାଦେଇଛି। ଏହାକୁ ନେଇ ରବିବାର ମୁରାରୀପୁର ଗ୍ରାମବାସୀ ଖଣ୍ଡପଡ଼ା-କଣ୍ଟିଲୋ ପୂର୍ତ୍ତ ବିଭାଗ ରାସ୍ତାର ବେଣାଗାଡିଆ ସେତୁ ଉପରେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ।
ପ୍ରକାଶ ଯେ, ମୁରାରୀପୁର ଗ୍ରାମର ଶତାୟୁ ମହିଳା ମଢି ରାଉତଙ୍କର ରବିବାର ସକାଳୁ ପରଲୋକ ହୋଇଯାଇଛି। ପୁରୁଷ ପୁରୁଷ ଧରି ଗ୍ରାମବାସୀ ନିକଟସ୍ଥ ପଥରଦ୍ୱାର ଗ୍ରାମ ଶ୍ମଶାନରେ ଶବ ସଂସ୍କାର କରିଥାନ୍ତି। ମଢିଙ୍କ ମୃତ୍ୟୁ ପରେ ଶବ ସଂସ୍କାର ପାଇଁ ପରିବାର ବର୍ଗ ଉକ୍ତ ଶ୍ମଶାନକୁ ନେଇଥିଲେ। ହେଲେ ପଥରଦ୍ୱାର ଗ୍ରାମର କେତେକ ବ୍ୟକ୍ତି ସେମାନଙ୍କୁ ବାରଣ କରିଥିଲେ। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ସରପଞ୍ଚ ପଥରଦ୍ୱାର ଗ୍ରାମବାସୀଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ସମସ୍ୟାର ସମାଧାନ ହୋଇପାରି ନ ଥିଲା। ଫଳରେ ମୁରାରୀପୁର ଗ୍ରାମର ଶତାଧିକ ମହିଳାପୁରୁଷ ଖଣ୍ଡପଡ଼ା-କଣ୍ଟିଲୋ ପୂର୍ତ୍ତ ବିଭାଗ ରାସ୍ତା ବେଣାଗାଡିଆ ସେତୁ ଉପରେ ମୃତଦେହ ରଖି ଟାୟାର ଜାଳି ରାସ୍ତାରୋକୋ କରିଥିଲେ। ଖବର ପାଇ ଖଣ୍ଡପଡ଼ା ଆଇଆଇସି ବିମଳ କୁମାର ମଲ୍ଲିକ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ବୁଝାଶୁଝା କରିଥିଲେ ମଧ୍ୟ ଆନ୍ଦୋଳନକାରୀ ନିଜ ଜିଦ୍‌ରେ ଅଟଳ ରହିଥିଲେ। ଗ୍ରାମବାସୀ ଏ ସମ୍ପର୍କରେ ପଞ୍ଚାୟତ କର୍ତ୍ତୃପକ୍ଷ ଓ ସ୍ଥାନୀୟ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଅପରାହ୍ନ ୨ଟାରୁ ଆନ୍ଦୋଳକାରୀ ଆନ୍ଦୋଳନ ଚାଲୁ ରଖିଥିବାରୁ ଯାନବାହନ ଚଳାଚଳରେ ସମସ୍ୟା ସୃଷ୍ଟି ହୋଇଛି ା ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଯାନବାହନ ଅଟକି ରହିଛି। ସନ୍ଧ୍ୟାରେ ଖଣ୍ଡପଡ଼ା ତହସିଲଦାର ପାର୍ଥସାରଥି ହାଁସଦା, ଏସ୍‌ଡିପିଓ ଶ୍ରୀନିବାସ ମହାନ୍ତି, ଆଇଆଇସି ବିମଳ କୁମାର ମଲ୍ଲିକ ପ୍ରମୁଖ ଆନ୍ଦୋଳନସ୍ଥଳରେ ପହଞ୍ଚତ୍ ଲୋକଙ୍କ ସହ ଆଲୋଚନା କରିଥିଲେ। ପରେ ମୁରାରୀପୁର ଗ୍ରାମକୁ ଯାଇ ଗ୍ରାମ ସଭାପତି ଓ ମୁଖିଆ ଲୋକମାନଙ୍କୁ ବୁଝାଶୁଝା କରିଥିଲେ। ଶ୍ମଶାନ ଜାଗାକୁ ନେଇ ଦେଖାଦେଇଥିବା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ନିମନ୍ତେ ତହସିଲ ପ୍ରଶାସନ ପକ୍ଷରୁ ଖୁବ୍‌ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ତହସିଲଦାର ପ୍ରତିଶ୍ରୁତି ଦେବା ପରେ ଗ୍ରାମବାସୀ ଆନ୍ଦୋଳନରୁ ହଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri