Posted inଖେଳ

ଶ୍ରଦ୍ଧାଞ୍ଜଳି ଖେଲୋ ଇଣ୍ଡିଆର ଚୟନକର୍ତ୍ତା

ଭୁବନେଶ୍ୱର, ୭।୬(କ୍ରୀଡ଼ା ପ୍ରତିନିଧି)-ଭାରତରେ ଫୁଟବଲର ସର୍ବାଙ୍ଗୀନ ବିକାଶ ପାଇଁ ତୃଣମୂଳ ସ୍ତରରୁ ପ୍ରତିଭା ଚିହ୍ନଟ କରି ସେମାନଙ୍କୁ ପ୍ରୋତ୍ସାହନ ଦେବା ସହିତ କ୍ରୀଡ଼ାର ଅତ୍ୟାଧୁନିକ ଜ୍ଞାନକୌଶଳ ଯୋଗାଇ ଦେବାକୁ ଖେଲୋ ଇଣ୍ଡିଆ କର୍ତ୍ତୁପକ୍ଷ ଅଣ୍ଟା ଭିଡ଼ିଛନ୍ତି। ଏହି କ୍ରମରେ ଶୁକ୍ରବାରଠାରୁ କଟକରେ ଆରମ୍ଭ ହେଉଥିବା ଜାତୀୟ ସବ୍‌ଜୁନିୟର ବାଳିକା ଫୁଟବଲ ଚାମ୍ପିୟନଶିପ୍‌ରୁ ଗୁଣାତ୍ମକ ମାନରେ ଖେଳାଳି ଚିହ୍ନଟ ପାଇଁ ଖେଲୋ ଇଣ୍ଡିଆ ପ୍ରତିଷ୍ଠିତ ଅନ୍ତର୍ଜାତୀୟ ଫୁଟବଲର ତଥା ଭାରତୀୟ ଦଳର ପୂର୍ବତନ ଅଧିନାୟିକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କୁ ଚୟନକର୍ତ୍ତାଭାବେ ନିଯୁକ୍ତ ଦେଇଛି। ଭାରତୀୟ ଫୁଟବଲ ମହାସଂଘ, ଖେଲୋ ଇଣ୍ଡିଆ କର୍ତ୍ତୁପକ୍ଷ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ମିଳିତ ସହଯୋଗରେ ଏହି ଜାତୀୟ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବାକୁ ଯାଉଛି। ପୂର୍ବରୁ ଶ୍ରଦ୍ଧାଞ୍ଜଳି ୧୯ ବର୍ଷରୁ କମ୍‌ ଓ ୧୭ ବର୍ଷରୁ କମ୍‌ ବୟସ ବର୍ଗର ଜାତୀୟ ଚୟନକର୍ତ୍ତାଭାବେ ନିଜର ଦାୟିତ୍ୱ ସଫଳତାର ସହ ନିର୍ବାହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?